୨୬ରୁ ଖୋଲିବ ହଷ୍ଟେଲ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜ୍ୟରେ କରୋନା କଟକଣା ଭିତରେ ଆସନ୍ତା ୨୬ ତାରିଖରୁ ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସ୍କୁଲ ଖୋଲୁଛି। ସେମାନଙ୍କ ପାଇଁ ଉକ୍ତଦିନଠାରୁ ହଷ୍ଟେଲ ମଧ୍ୟ ଖୋଲିବ। ପୂର୍ବରୁ ହଷ୍ଟେଲ ଖୋଲିବ ନାହିଁ ବୋଲି ଘୋଷଣା କରାଯାଇଥିଲା। ବର୍ତ୍ତମାନର କରୋନା ସ୍ଥିତି ଓ ପିଲାଙ୍କ ପାଠପଢ଼ାକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର ହଷ୍ଟେଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅନୁସୂଚିତ ଜାତି ଓ ଜନଜାତି ବିଭାଗ, ସାମାଜିକ ସୁରକ୍ଷା ଓ ସଶକ୍ତୀକରଣ ବିଭାଗ ଅଧୀନରେ ଥିବା ସମସ୍ତ ସ୍କୁଲ ଓ ଘରୋଇ ସ୍କୁଲଗୁଡ଼ିକ ସେମାନଙ୍କ ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ହଷ୍ଟେଲ ଖୋଲିପାରିବେ। ତେବେ ହଷ୍ଟେଲ ଖୋଲିବା ପାଇଁ ରାଜ୍ୟ ସରକାର ଏସ୍‌ଓପି ପ୍ରସ୍ତୁତ କରିଛନ୍ତି। ଏ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଅତିରିକ୍ତ ସଚିବ ପ୍ରତାପ କୁମାର ମିଶ୍ର ବୁଧବାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ, ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତିଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି।
ବିଭାଗ ପକ୍ଷରୁ ଜାରି ଏସ୍‌ଓପି ଅନୁସାରେ, ପିଲା ହଷ୍ଟେଲରେ ରହିବା ପୂର୍ବରୁ ଘର ଲୋକଙ୍କ ଅନୁମତି ଆଣିବା ଜରୁରୀ। ହଷ୍ଟେଲରେ ପିଲାମାନେ ସାମାଜିକ ଦୂରତାକୁ କଡ଼ାକଡ଼ି ପାଳନ କରିବେ। ମେସ୍‌ କିମ୍ବା ଶୌଚାଳୟ ଭଳି କମନ ଏରିଆରେ ଭଲ ଭାବେ ପର୍ଯ୍ୟାୟକ୍ରମେ ସାନିଟାଇଜ କରିବା ସହ ପର୍ଯ୍ୟାପ୍ତ ସାବୁନ/ସାନିଟାଇଜର ରଖିବାକୁ କୁହାଯାଇଛି। ପିଲାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ କାଉନ୍‌ସିଲ କରାଯିବ। ସ୍ବାସ୍ଥ୍ୟ ଚେକ୍‌ ଅପ୍‌ ପାଇଁ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ର ସହିତ କର୍ତ୍ତୃପକ୍ଷ ଜଡ଼ିତ ରହିବେ। ପିଲାମାନେ ଏକତ୍ରିତ ନ ହେବାକୁ କର୍ତ୍ତୃପକ୍ଷ ଦୃଷ୍ଟି ଦେବେ। ହଷ୍ଟେଲ ଭିତରେ ଏକ ଆଇସୋଲେଶନ ରୁମ୍‌ କରାଯିବ। କୌଣସି ପିଲା ହଠାତ୍‌ ଅସୁସ୍ଥ ହୋଇପଡିଲେ ତାଙ୍କୁ ଆଇସୋଲେଶନ ରୁମ୍‌ରେ ରଖି ଚିକିତ୍ସା ସେବା ଯୋଗାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ କରୋନା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ଗାଇଡ୍‌ଲାଇନକୁ କଡ଼ାକଡ଼ି ପାଳନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri