ହାଇସ୍କୁଲରେ ଶହେଶଯ୍ୟା ବିଶିଷ୍ଟ ଛାତ୍ରାବାସ…

ନୂଆପଡ଼ା,୨।୭ (ମକାରୁ ବେମାଲ) : ନୂଆପଡ଼ା ଜିଲା କୋମନା ବ୍ଲକ ଲଖନା ପଞ୍ଚାୟତ ମେଣ୍ଡାଟାଲ ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ବିଭାଗ ଦ୍ୱାରା ପରିଚାଳିତ ଶହେ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ଉଦ୍‌ଘାଟିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଖେମ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଲଖନା ସରପଞ୍ଚ ପଦ୍ମନୀ ସୁନା ମୁଖ୍ୟଅତିଥି, ଗାଁ ଗୌନ୍ତିଆ ରୋହିତ ମାଝି, ବିଦ୍ୟାଲୟ ପରିଚାଳନା କମିଟି ସଭାନେତ୍ରୀ ଯଶୋବନ୍ତି ବାଗ, ଡିଙ୍ଗର ମାଝି, ଦେବରାଜ ଶବର, ବୃଷବ ଶବର, ନାରାୟଣ ହଂସ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଛାତ୍ରାବାସ ଅଞ୍ଚଳର ଛାତ୍ରୀଛାତ୍ରଙ୍କ ବିକାଶରେ ସାହାଯ୍ୟ କରିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ଗ୍ରାମାଞ୍ଚଳର ପରମ୍ପରା ଅନୁଯାୟୀ ବିରଞ୍ଚତ୍ ମାଝି, ରାଇଧର ମାଝି, ହରି ମାଝି, ଜଗତ ରାମ ମାଝି, କୈବଳ ମାଝି, ପୁଶୁ ମାଝି, ଟଙ୍କଧର ମାଝି, ରାମ ମାଝି ଓ ଅର୍ଝୁନ ମାଝି ପ୍ରଥମେ ଗାଁ ଦେବଦେବୀଙ୍କୁ ପୂଜାର୍ଚ୍ଚନା କରି ବିଦ୍ୟାଦାତ୍ରୀ ସରସ୍ବତୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହି ଅବସରରେ ବିଦ୍ୟାଳୟ ପରିସରରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!

ନଅଟି ଗ୍ରହ ମଧ୍ୟରେ ଶନିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି ବିବେଚନା କରାଯାଏ। ଶନି ସବୁଠାରୁ ଧୀର ଗତିରେ ଗତି କରନ୍ତି, ପ୍ରତି ଅଢ଼େଇ ବର୍ଷରେ...

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri