କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଭିସୁଟ୍‌ର ୧୧ ହଷ୍ଟେଲ

ସମ୍ବଲପୁର,୧।୩ (ବ୍ୟୁରୋ): ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲା ପ୍ରଶାସନ ପକ୍ଷରୁ କ୍ୟାମ୍ପସ ପରିସରରେ ଥିବା ୧୧ଟି ହଷ୍ଟେଲକୁ ରବିବାର କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଏହାଛଡା କ୍ୟାମ୍ପସ୍‌ର ପୁଲହ ହଷ୍ଟେଲର ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ମଧ୍ୟ ଶନିବାରଠାରୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ବଫର ଜୋନ୍‌ ଭାବେ ଘୋଷଣା କରାଯାଇଛି। ଜିଲାପାଳ ଦାୟିତ୍ୱରେ ଥିବା ଡିଆରଡିଏ ପିଡି ସୁକାନ୍ତ କୁମାର ତ୍ରିପାଠୀ ଏନେଇ ବିଜ୍ଞପ୍ତି ଜାରି କରିଛନ୍ତି। ଅପରପକ୍ଷରେ ସୋମବାର ହେବାକୁ ଥିବା ସପ୍ତମ ସେମିଷ୍ଟାର ପରୀକ୍ଷାକୁ ବାତିଲ କରାଯାଇଛି ା କ୍ୟାମ୍ପସ୍‌ ପରିସରରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଇବାକୁ ଦୃଷ୍ଟିରେ ରଖି ରବିବାର ଭିସୁଟ୍‌ କର୍ତ୍ତୃପକ୍ଷ ଏହି ନିର୍ଦ୍ଦେଶ ଜାରି କରିଛନ୍ତି। ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ପରୀକ୍ଷା ସ୍ଥଗିତ ରଖାଯାଇଛି।
ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷିତ ପୁଲହ, ପୁଲସ୍ତ୍ୟ, ଅତ୍ରୀ, କ୍ରାତୁ, ବଶିଷ୍ଠ, ମରୀଚ, ଅନୁରାଧା, ଅରୁନ୍ଧତୀ, ରୋହିଣୀ, ବିଶାଖା ଓ ବସୁନ୍ଧରା ହଷ୍ଟେଲ ରହିଛି। ହଷ୍ଟେଲ ପରିସରକୁ ଯିବା ଆସିବା ଉପରେ କଟକଣା ଜାରି କରାଯାଇଛି। କେବଳ ଜରୁରିକାଳୀନ ଚିକିତ୍ସା ସେବା ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣକୁ ଏହି କଟକଣାରୁ ବାଦ ଦିଆଯାଇଛି। କ୍ୟାମ୍ପସରେ କଣ୍ଟାକ୍ଟ ଟ୍ରେସିଂ କରାଯିବ। ଏହାକୁ ଲାଗୁ କରିବା ପାଇଁ ବୁର୍ଲା ଥାନା ପୋଲିସ ପକ୍ଷରୁ ପୁଲହ ହଷ୍ଟେଲ ନିକଟରେ ପୋଲିସ, ସ୍ବାସ୍ଥ୍ୟ ବିଭାଗ ଓ ମହାନଗର ନିଗମ କର୍ମଚାରୀଙ୍କୁ ନେଇ ନିୟନ୍ତ୍ରଣ କ୍ୟାମ୍ପ କରାଯାଇଛି। ମାଇକ୍ରୋ କଣ୍ଟେନମେଣ୍ଟ ଓ ବଫର ଜୋନରେ ଜନସାଧାରଣଙ୍କୁ ଘରେ ରହିବା ପାଇଁ ପରାମର୍ଶ ଦିଆଯିବା ସହିତ ସମସ୍ତ ଦୋକାନ ବଜାର ସାମୟିକ ଭାବେ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ ଯେ ଭିସୁଟ୍‌ କ୍ୟାମ୍ପସର ବିଭିନ୍ନ ହଷ୍ଟେଲରେ ଶନିବାର ୨୫ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ସଂକ୍ରମଣର ପ୍ରତିରୋଧ କରିବା ପାଇଁ ସରକାରଙ୍କ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଣିକି ଅନ୍‌ଲାଇନ ଯୋଗେ ଭିଏସଏସୟୁଟିର ଛାତ୍ରୀଛାତ୍ରମାନେ ଅଧ୍ୟୟନ କରିବେ। ସେହିଭଳି ବୁର୍ଲାର ଜାଗୃତି ବିହାର କଲୋନୀ ଅନ୍ତର୍ଗତ ବ୍ଲକ -ଡିର ୫ ଓ ୬କୁ ମଧ୍ୟ ଅବରୋଧ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ଏହାର ସଂଲଗ୍ନ ବ୍ଲକ -ଡିର ୭ ଓ ୮ ଏବଂ ସି ଟାଇପ ବ୍ଲକର କ୍ୱାର୍ଟର ବଫର ଜୋନ ଭାବେ ଘୋଷଣା କରାଯାଇଥିବା ଜଣାପଡ଼ିଛି। ବୁର୍ଲା ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାର ପ୍ରତିରୋଧ ପାଇଁ ପ୍ରଶାସନ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଭିସୁଟ୍‌ ଦାୟିତ୍ୱରେ ଥିବା କୁଳପତି ବି .ବି. ପତି କହିଛନ୍ତି ଯେ, ଭିସୁଟ ପରିସରରେ ଥିବା ହଷ୍ଟେଲଗୁଡିକୁ କେବଳ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ତେବେ କଲେଜରେ ଶେଷ ବର୍ଷ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେଇପାରିବେ। କୋଭିଡ ମୁକାବିଲା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ଶେଷବର୍ଷର ଆଉ ୩ ବିଷୟରେ ପରୀକ୍ଷା ହେବା ବାକି ରହିଛି। ଏବେ ଭିସୁଟ୍‌ କ୍ୟାମ୍ପସରେ ପ୍ରାୟ ୧୫ ଶହ ପିଲା ରହିଛନ୍ତି। ସେମାନଙ୍କୁ ସଚେତନ କରି ସୁରକ୍ଷା ଦେବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଜିଲା ପ୍ରଶାସନ ସହ ଯୋଗାଯୋଗରେ ରହି କାର୍ଯ୍ୟ କରାଯାଉଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri