କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଭିସୁଟ୍‌ର ୧୧ ହଷ୍ଟେଲ

ସମ୍ବଲପୁର,୧।୩ (ବ୍ୟୁରୋ): ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲା ପ୍ରଶାସନ ପକ୍ଷରୁ କ୍ୟାମ୍ପସ ପରିସରରେ ଥିବା ୧୧ଟି ହଷ୍ଟେଲକୁ ରବିବାର କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଏହାଛଡା କ୍ୟାମ୍ପସ୍‌ର ପୁଲହ ହଷ୍ଟେଲର ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ମଧ୍ୟ ଶନିବାରଠାରୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ବଫର ଜୋନ୍‌ ଭାବେ ଘୋଷଣା କରାଯାଇଛି। ଜିଲାପାଳ ଦାୟିତ୍ୱରେ ଥିବା ଡିଆରଡିଏ ପିଡି ସୁକାନ୍ତ କୁମାର ତ୍ରିପାଠୀ ଏନେଇ ବିଜ୍ଞପ୍ତି ଜାରି କରିଛନ୍ତି। ଅପରପକ୍ଷରେ ସୋମବାର ହେବାକୁ ଥିବା ସପ୍ତମ ସେମିଷ୍ଟାର ପରୀକ୍ଷାକୁ ବାତିଲ କରାଯାଇଛି ା କ୍ୟାମ୍ପସ୍‌ ପରିସରରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଇବାକୁ ଦୃଷ୍ଟିରେ ରଖି ରବିବାର ଭିସୁଟ୍‌ କର୍ତ୍ତୃପକ୍ଷ ଏହି ନିର୍ଦ୍ଦେଶ ଜାରି କରିଛନ୍ତି। ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ପରୀକ୍ଷା ସ୍ଥଗିତ ରଖାଯାଇଛି।
ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷିତ ପୁଲହ, ପୁଲସ୍ତ୍ୟ, ଅତ୍ରୀ, କ୍ରାତୁ, ବଶିଷ୍ଠ, ମରୀଚ, ଅନୁରାଧା, ଅରୁନ୍ଧତୀ, ରୋହିଣୀ, ବିଶାଖା ଓ ବସୁନ୍ଧରା ହଷ୍ଟେଲ ରହିଛି। ହଷ୍ଟେଲ ପରିସରକୁ ଯିବା ଆସିବା ଉପରେ କଟକଣା ଜାରି କରାଯାଇଛି। କେବଳ ଜରୁରିକାଳୀନ ଚିକିତ୍ସା ସେବା ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣକୁ ଏହି କଟକଣାରୁ ବାଦ ଦିଆଯାଇଛି। କ୍ୟାମ୍ପସରେ କଣ୍ଟାକ୍ଟ ଟ୍ରେସିଂ କରାଯିବ। ଏହାକୁ ଲାଗୁ କରିବା ପାଇଁ ବୁର୍ଲା ଥାନା ପୋଲିସ ପକ୍ଷରୁ ପୁଲହ ହଷ୍ଟେଲ ନିକଟରେ ପୋଲିସ, ସ୍ବାସ୍ଥ୍ୟ ବିଭାଗ ଓ ମହାନଗର ନିଗମ କର୍ମଚାରୀଙ୍କୁ ନେଇ ନିୟନ୍ତ୍ରଣ କ୍ୟାମ୍ପ କରାଯାଇଛି। ମାଇକ୍ରୋ କଣ୍ଟେନମେଣ୍ଟ ଓ ବଫର ଜୋନରେ ଜନସାଧାରଣଙ୍କୁ ଘରେ ରହିବା ପାଇଁ ପରାମର୍ଶ ଦିଆଯିବା ସହିତ ସମସ୍ତ ଦୋକାନ ବଜାର ସାମୟିକ ଭାବେ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ ଯେ ଭିସୁଟ୍‌ କ୍ୟାମ୍ପସର ବିଭିନ୍ନ ହଷ୍ଟେଲରେ ଶନିବାର ୨୫ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ସଂକ୍ରମଣର ପ୍ରତିରୋଧ କରିବା ପାଇଁ ସରକାରଙ୍କ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଣିକି ଅନ୍‌ଲାଇନ ଯୋଗେ ଭିଏସଏସୟୁଟିର ଛାତ୍ରୀଛାତ୍ରମାନେ ଅଧ୍ୟୟନ କରିବେ। ସେହିଭଳି ବୁର୍ଲାର ଜାଗୃତି ବିହାର କଲୋନୀ ଅନ୍ତର୍ଗତ ବ୍ଲକ -ଡିର ୫ ଓ ୬କୁ ମଧ୍ୟ ଅବରୋଧ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ଏହାର ସଂଲଗ୍ନ ବ୍ଲକ -ଡିର ୭ ଓ ୮ ଏବଂ ସି ଟାଇପ ବ୍ଲକର କ୍ୱାର୍ଟର ବଫର ଜୋନ ଭାବେ ଘୋଷଣା କରାଯାଇଥିବା ଜଣାପଡ଼ିଛି। ବୁର୍ଲା ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାର ପ୍ରତିରୋଧ ପାଇଁ ପ୍ରଶାସନ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଭିସୁଟ୍‌ ଦାୟିତ୍ୱରେ ଥିବା କୁଳପତି ବି .ବି. ପତି କହିଛନ୍ତି ଯେ, ଭିସୁଟ ପରିସରରେ ଥିବା ହଷ୍ଟେଲଗୁଡିକୁ କେବଳ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ତେବେ କଲେଜରେ ଶେଷ ବର୍ଷ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେଇପାରିବେ। କୋଭିଡ ମୁକାବିଲା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ଶେଷବର୍ଷର ଆଉ ୩ ବିଷୟରେ ପରୀକ୍ଷା ହେବା ବାକି ରହିଛି। ଏବେ ଭିସୁଟ୍‌ କ୍ୟାମ୍ପସରେ ପ୍ରାୟ ୧୫ ଶହ ପିଲା ରହିଛନ୍ତି। ସେମାନଙ୍କୁ ସଚେତନ କରି ସୁରକ୍ଷା ଦେବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଜିଲା ପ୍ରଶାସନ ସହ ଯୋଗାଯୋଗରେ ରହି କାର୍ଯ୍ୟ କରାଯାଉଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri