ଓହ୍ଲାଇବା ସମୟରେ ଦୁର୍ଘଟଣାର ଶିକାର ହେଲା ହଟ୍ ଏୟାର ବେଲୁନ୍‌: ୧୧ ଆହତ

ୱେଲିଂଟନ,୯ ।୭: ନ୍ୟୁଜିଲାଣ୍ଡରେ ଶୁକ୍ରବାର ଏକ ହଟ୍ ଏୟାର୍ ବେଲୁନ ଓହ୍ଲାଇବା ସମୟରେ ଦୁର୍ଘଟଣାର ଶିକାର ହୋଇଛି । ଏଥିରେ ଥିବା ୧୧ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଏମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କମ୍ପାନୀ ‘ସନରାଇଜ୍ ବେଲୁନ୍ସ’ କହିଛି ହଟ୍ ବେଲୁନଟି କ୍ୟୁନ୍ସଟାଉନ ନିକଟରେ ଏକ ଘଣ୍ଟା ପର୍ଯ୍ୟନ୍ତ ଉଡୁଥିଲା । ସକାଳ ଠିକ୍ ୧୦ଟା ପୂର୍ବରୁ ପାଇଲଟ ଏହାକୁ ତଳକୁ ଓହ୍ଲାଇବାକୁ ଚେଷ୍ଟା କରିଥିଲେ । ସେତେବେଳେ ପବନର ବେଗ ଠିକ୍ ଥିଲା । ହେଲେ ଠିକ୍ ପହଞ୍ଚିବା ବେଳକୁ ପଗନର ବେଗ ବଢି ଯାଇଥିଲା ଓ ବେଲୁନଟି ମାଟିରେ ମାଡ ହୋଇଯାଇଥିଲା । ଫଳରେ ଏଥିରେ ଥିବା ୧୧ ଜଣ ଯାତ୍ର ଆହତ ହୋଇଥିଲେ । ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ହେଲିକପ୍ଟର ଯୋଗେ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅନ୍ୟମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri