ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୯ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପ୍ରଚଣ୍ଡ ଖରା ହେବା ସହ ଆର୍ଦ୍ରତା ବୃଦ୍ଧି ଯୋଗୁ ଅସହ୍ୟ ଗରମ ଗୁଳୁଗୁଳି ବୃଦ୍ଧି ପାଇଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏଠାରେ ତାପମାତ୍ରା ୩୯ ଡିଗ୍ରୀ ଛୁଇଁଥିବା ଜଣାପଡ଼ିଛି। ଏଭଳି ପରିସ୍ଥିତି ପ୍ରାୟ ୫ ବର୍ଷ ପରେ ହୋଇଥିବା କୁହାଯାଇଛି। ଗୋଟିଏ ପଟେ ଗରମ ଗୁଳୁଗୁଳି ବୃଦ୍ଧି ପାଇଥିବା ବେଳେ ଘନଘନ ବିଦ୍ୟୁତ୍‌କାଟ୍‌ ଜନସାଧାରଣଙ୍କୁ ଅସହ୍ୟ ଯନ୍ତ୍ରଣା ଦେଇଛି। ଦୈନିକ ଏଭଳି ବିଦ୍ୟୁତ୍‌କାଟ୍‌ ହୋଇଥିଲେ ସୁଦ୍ଧା ଏନେଇ ବିଭାଗ ପକ୍ଷରୁ ଚିରାଚରିତ ଢଙ୍ଗରେ ଉତ୍ତର ଦିଆଯାଉଛି। ଗରମ ବୃଦ୍ଧି ସହ ବିଭିନ୍ନ ସ୍ଥାନରେ ଜଳକଷ୍ଟ ଦେଖାଯାଇଛି। କୂଅ, ପୋଖରୀଗୁଡ଼ିକରୁ ଜଳ ଶୁଖିବାରେ ଲାଗିଛି ଯଦି ବର୍ଷା ନ ହୁଏ ତେବେ ଅଞ୍ଚଳରେ ପାଣି ପାଇଁ ହାହା କାର ହୋଇଯିବ ବୋଲି କୁହାଯାଇଛି। ଗୋଟିଏ ପଟେ ବୁଧବାର କନ୍ଧମାଳ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ଗରମ ଗୁଳୁଗୁଳିରେ ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ିଛି ଜରୁରୀ କାର୍ଯ୍ୟ ନ ଥିଲେ ଲୋକମାନେ ଘରୁ ପଦାକୁ ବାହାରୁ ନ ଥିବା ବେଳେ ଦୈନିକ ଶ୍ରମିକ କାର୍ଯ୍ୟ କରି ପରିବାର ଚଳାଉଥିବା ପରିବାର ବହୁତ ହଇରାଣ ହରକତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri