ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ

ଭୁବନେଶ୍ୱର,୨ା୬(ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ଘରେ କିମ୍ବା ବାହାରେ ନିସ୍ତାର ନାହିଁ। ଏଭଳି ଉତ୍ତପ୍ତ ପରିବେଶ ଆସନ୍ତା ୧୦ ତାରିଖ ଯାଏ ବଳବତ୍ତର ରହିବ। ତେବେ ୬ରୁ ୧୦ ତାରିଖ ମଧ୍ୟରେ ତାତି ଅସହ୍ୟ ହେବ। ଏହି ସମୟରେ କାଳବୈଶାଖୀର ସମ୍ଭାବନା କମ୍‌ ରହିଥିବାରୁ ଗ୍ରୀଷ୍ମ ପ୍ରକୋପ ବଢ଼ିଯିବ। ତେବେ ୧୧ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ପୂର୍ବ ଆରବ ସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀର ଆଗମନ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୪୩.୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡା ୪୨.୬, ହୀରାକୁଦ ୪୨.୬, ସୋନପୁର ୪୨.୪, ବୌଦ୍ଧ ୪୨.୨, ରାଉରକେଲା ୪୧.୨, ବରଗଡ ୪୧, ଟିଟିଲାଗଡ଼ ୪୧, ବାରିପଦା ୪୧, ମାଲକାନଗିରି ୪୧, ଯାଜପୁର ୪୦.୯, ତାଳଚେର ୪୦.୮, ଭବାନୀପାଟଣା ୪୦.୫, ଅନୁଗୋଳ ୪୦.୫, ସୁନ୍ଦରଗଡ଼ ୪୦.୨, ନୂଆପଡ଼ା ୪୦.୧, କେନ୍ଦୁଝର ୪୦, ଭୁବନେଶ୍ୱର ୩୯.୯, ଚାନ୍ଦବାଲି ୩୯.୪ ଏବଂ ବାଲେଶ୍ୱରରେ ସର୍ବାଧିକ ତାପମାତ୍ରା ୩୯.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ଭିତରେ ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା ଜିଲାରେ ଝଡ଼ବର୍ଷା ସମ୍ଭାବନା ରହିଛି। ଏଥିସହ ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ଜଗତ୍‌ସିଂହପୁର ଜିଲାରେ ମଧ୍ୟ ଘଡ଼ଘଡ଼ି ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।
ତେବେ ଦିନର ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବାର ନାହିଁ। ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀଠାରୁ ଅଧିକ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?