Posted inରାଜ୍ୟ

ଆଗାମୀ ୪ରୁ ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମ୍ଭାବନା; ବୈଠକ ଡାକିଲେ ସ୍ୱତନ୍ତ୍ର ରିଲିଫ୍‌‌ କମିଶନର

ଭୁବନେଶ୍ୱର,୩୦ା୩: ରାଜ୍ୟରେ କ୍ରମାଗତ ୩ ଦିନ ହେବ ଗ୍ରୀଷ୍ମ ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ରହିଥିବାବେଳେ ଆସନ୍ତା ଦୁଇଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଶନିବାର ଦିନ ୨ ଟା ୩୦ ସୁଦ୍ଧା ୭ଟି ସହରର ତାପମାତ୍ରା ୩୫ଡିଗ୍ରି ଉପରେ ରହିଛି। ଝାରସୁଗୁଡାରେ ୩୮.୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିଭଳି ଚାନ୍ଦବାଲିରେ ୩୮.୨ ଡ଼ିଗ୍ରୀ, ରାଉରକେଲାରେ ୩୭.୮ ଡ଼ିଗ୍ରୀ, ସମ୍ବଲପୁରରେ ୩୭.୭ ଡ଼ିଗ୍ରୀ, କେନ୍ଦୁଝର: ୩୭.୬ ଡ଼ିଗ୍ରୀ, ହୀରାକୁଦ : ୩୭.୫ ଡ଼ିଗ୍ରୀ ଭୁବନେଶ୍ୱର: ୩୭, ବାଲେଶ୍ୱରରେ ୩୩, ପୁରୀ: ୩୩ .୩, ପାରାଦୀପ: ୩୨.୨, ଗୋପାଳପୁର: ୩୧.୫ ଡ଼ିଗ୍ରୀରେ ପାରଦ ପହଞ୍ଚିଛି।

ତେବେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ରାଜ୍ୟର କିଛି ଜିଲାରେ ରାତି ସମୟରେ ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ମଧ୍ୟ ଅନୁଭୂତ ହେବା ନେଇ ସତର୍କତା ଜାରୀ କରାଯାଇଛି। ଏଭଳି ସ୍ଥିତି ଯୋଗୁଁ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାର ଏକାଧିକ ସ୍ଥାନରେ ତାପମାତ୍ରା ୩୮ ରୁ ୪୦ ଡିଗ୍ରୀ ଓ ଉପକୂଳ ଓଡ଼ିଶାରେ ତାପମାତ୍ରା ୩୬ ରୁ ୩୮ ଡିଗ୍ରୀ ରହିବା ନେଇ ବିଭାଗ ପକ୍ଷରୁ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍‌‌ କମିଶନରଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ଣରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri