Posted inରାଜ୍ୟ

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ରବିବାର ବିଭାଗ ପକ୍ଷରୁ ଭୀଷଣ ଗରମ ହେବା ନେଇ ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, ଖୋର୍ଦ୍ଧା, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ଷୋମବାର ସୁଦ୍ଧା ଭୀଷଣ ଗରମ ହେବା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

ସେହିଭଳି ଦେବଗଡ଼, ସୋନପୁର, କଳାହାଣ୍ଡି, ମନ୍ଧମାଳ, ନୟାଗଡ଼, ରାୟଗଡ଼ା, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ମାଲକାନଗିରି, ଗଞ୍ଜାମ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ବରଗଡ଼ ଜିଲାକୁ ଗ୍ରୀଷ୍ମ ପ୍ରବାହ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ କୋରାପୁଟ ଓ ପୁରୀ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ସେହିଭଳି ସୋମବାର ପାଇଁ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଖୋର୍ଦ୍ଧା, ନୟାଗଡ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦୁଝର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ମୟୁରଭଞ୍ଜ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

ସେହିଭଳି ଦେବଗଡ, ବରଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri