୧୫ରୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଆସନ୍ତା ୧୫ ତାରିଖରୁ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ ହନ୍ତସନ୍ତ କରିବ । ପଦାକୁ ବାହାରିବା ମୁସ୍କିଲ ହୋଇ ପଡ଼ିବ। ପାରଦ ୪୫ ଡିଗ୍ରୀକୁ ଛୁଇଁବ। ବିଶେଷକରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେବ। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିବ । କେତେକ ସ୍ଥାନରେ ପାରଦ ୪୪ରୁ ୪୫ ଡିଗ୍ରୀ ସେଲ୍‌ସିୟସ ହେବ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୧୫ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁରରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୨୨ ତାରିଖ ଯାଏ ରାଜ୍ୟରେ ତାତି ଉପରମୁହାଁ ରହିବ। ଅନ୍ୟପକ୍ଷରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ମୋଚା’ ଭୟଙ୍କର ରୂପ ଧାରଣ କରି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ଘଣ୍ଟା ପ୍ରତି ୮ କିଲୋମିଟର ବେଗରେ ଗତି କରୁଛି। ରବିବାର ମଧ୍ୟାହ୍ନରେ ଏହି ସାମୁଦ୍ରିକ ଝଡ଼ ଦକ୍ଷିଣ ବାଂଲାଦେଶ ଏବଂ ଉତ୍ତର ମ୍ୟାନ୍‌ମାର ଉପକୂଳରେ ସ୍ଥଳଭାଗ ଛୁଇଁବ। ସ୍ଥଳଭାଗ ଛୁଇଁବା ବେଳେ ବାତ୍ୟାର ବେଗ ଘଣ୍ଟା ପ୍ରତି ୧୭୫ରୁ ୨୦୦ କିମି ବେଗରେ ବହିବ। ଏହାର ପ୍ରଭାବରେ ଓଡ଼ିଶା ଉପକୂଳରେ ଆକାଶ ମେଘୁଆ ରହିବା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ଅନ୍ୟପକ୍ଷରେ ରାଜ୍ୟରେ ତାତିର ପରିମାଣ ବଢ଼ିବାରେ ଲାଗିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସୁନ୍ଦରଗଡ଼ରେ ସର୍ବାଧିକ ୪୧.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳ ୪୦.୧, ଟିଟିଲାଗଡ଼ ୪୦, ବୌଦ୍ଧ ୪୦ ଏବଂ ବରଗଡ଼ରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?