ଅସ୍ତବ୍ୟସ୍ତ କରୁଛି ତାତି, ଗୁଳୁଗୁଳି

ଭୁବନେଶ୍ୱର, ୨୨।୫(ବ୍ୟୁରୋ): ରାଜ୍ୟରେ ପୁଣି ଅସମ୍ଭାଳ ହେବାରେ ଲାଗିଛି ତାତି। ଅତ୍ୟଧିକ ତାପମାତ୍ରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରିଦେଉଛି। ସକାଳୁ ଚକ୍‌ଚକ୍‌ ଖରା ଡରାଉଥିବାବେଳେ ମଧ୍ୟାହ୍ନବେଳକୁ ରାସ୍ତାଘାଟ ଶୂନ୍‌ଶାନ ହୋଇପଡୁଛି। ବିଦ୍ୟୁତ୍‌ କଟିଲେ ଘର ଭିତରେ ବି ଲୋକେ ଛଟପଟ ହେଉଛନ୍ତି। ଶନିବାର ରାଜ୍ୟରେ ସର୍ବାଧିକ ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିଥିଲା। ୧୮ ସହରରେ ତାପମାତ୍ରା ୪୦ ଡିଗ୍ରୀ ଓ ଏହାଠାରୁ ଅଧିକ ରହିଥିବାବେଳେ ୫ ସହରରେ ୪୩ ଡିଗ୍ରୀ ଉପରେ ରହିଥିଲା। ତେବେ ୪୪. ୨ଡିଗ୍ରୀ ସହ ସୋନପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଥିବାବେଳେ ଏହା ତଳକୁ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ତାପମାତ୍ରା ୪୪ ଡିଗ୍ରୀ ରହିଥିଲା। ସେହିଭଳି ବଲାଙ୍ଗୀର ୪୩.୨, ବାଲେଶ୍ୱର ୪୦.୪, ଅନୁଗୋଳ ୪୨.୧, ସମ୍ବଲପୁର ୪୨.୬, ହୀରାକୁଦ ୪୨, ତାଳଚେର ୪୨.୫, ଭବାନୀପାଟଣା ୪୦, ଟିଟିଲାଗଡ଼ ୪୨.୫, ମାଲକାନଗିରି ୪୧, ବୌଦ୍ଧ ୪୨.୫, ପାରଳାଖେମୁଣ୍ଡି ୪୧.୫, ଯାଜପୁର ୪୦, ଦେବଗଡ଼ ୪୨.୮, ନୂଆପଡ଼ାରେ ସର୍ବାଧିକ ତାପମାତ୍ରା ୪୧.୪ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ଭୁବନେଶ୍ୱରରେ ତାପମାତ୍ରା ୩୭.୬ ଓ କଟକରେ ୩୭.୮ ଡିଗ୍ରୀ ରହିଥିଲେ ମଧ୍ୟ ପ୍ରବଳ ଗୁଳୁଗୁଳି ହୋଇଥିଲା। ଆସନ୍ତା ୨୪ ଘଣ୍ଟାରେ କିଛି ଜିଲାରେ ଦିନର ତାପମାତ୍ରା ୨ ଡିଗ୍ରୀ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଅନ୍ୟପକ୍ଷରେ ସୋମବାରଠାରୁ ରାଜ୍ୟରେ ଝଡ଼ତୋଫାନ ଓ ବଜ୍ରପାତ ନେଇ ସତର୍କ କରାଯାଇଛି। ୨୩ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର, ୨୪ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ପୁରୀ ଓ ଖୋର୍ଦ୍ଧା ଏବଂ ୨୫ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, ମୟୂରଭଞ୍ଜ ଓ କନ୍ଧମାଳରେ ଝଡ଼ତୋଫାନ ସହ ବଜ୍ରପାତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri