ଅସ୍ତବ୍ୟସ୍ତ କରୁଛି ତାତି, ଗୁଳୁଗୁଳି

ଭୁବନେଶ୍ୱର, ୨୨।୫(ବ୍ୟୁରୋ): ରାଜ୍ୟରେ ପୁଣି ଅସମ୍ଭାଳ ହେବାରେ ଲାଗିଛି ତାତି। ଅତ୍ୟଧିକ ତାପମାତ୍ରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରିଦେଉଛି। ସକାଳୁ ଚକ୍‌ଚକ୍‌ ଖରା ଡରାଉଥିବାବେଳେ ମଧ୍ୟାହ୍ନବେଳକୁ ରାସ୍ତାଘାଟ ଶୂନ୍‌ଶାନ ହୋଇପଡୁଛି। ବିଦ୍ୟୁତ୍‌ କଟିଲେ ଘର ଭିତରେ ବି ଲୋକେ ଛଟପଟ ହେଉଛନ୍ତି। ଶନିବାର ରାଜ୍ୟରେ ସର୍ବାଧିକ ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିଥିଲା। ୧୮ ସହରରେ ତାପମାତ୍ରା ୪୦ ଡିଗ୍ରୀ ଓ ଏହାଠାରୁ ଅଧିକ ରହିଥିବାବେଳେ ୫ ସହରରେ ୪୩ ଡିଗ୍ରୀ ଉପରେ ରହିଥିଲା। ତେବେ ୪୪. ୨ଡିଗ୍ରୀ ସହ ସୋନପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଥିବାବେଳେ ଏହା ତଳକୁ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ତାପମାତ୍ରା ୪୪ ଡିଗ୍ରୀ ରହିଥିଲା। ସେହିଭଳି ବଲାଙ୍ଗୀର ୪୩.୨, ବାଲେଶ୍ୱର ୪୦.୪, ଅନୁଗୋଳ ୪୨.୧, ସମ୍ବଲପୁର ୪୨.୬, ହୀରାକୁଦ ୪୨, ତାଳଚେର ୪୨.୫, ଭବାନୀପାଟଣା ୪୦, ଟିଟିଲାଗଡ଼ ୪୨.୫, ମାଲକାନଗିରି ୪୧, ବୌଦ୍ଧ ୪୨.୫, ପାରଳାଖେମୁଣ୍ଡି ୪୧.୫, ଯାଜପୁର ୪୦, ଦେବଗଡ଼ ୪୨.୮, ନୂଆପଡ଼ାରେ ସର୍ବାଧିକ ତାପମାତ୍ରା ୪୧.୪ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ଭୁବନେଶ୍ୱରରେ ତାପମାତ୍ରା ୩୭.୬ ଓ କଟକରେ ୩୭.୮ ଡିଗ୍ରୀ ରହିଥିଲେ ମଧ୍ୟ ପ୍ରବଳ ଗୁଳୁଗୁଳି ହୋଇଥିଲା। ଆସନ୍ତା ୨୪ ଘଣ୍ଟାରେ କିଛି ଜିଲାରେ ଦିନର ତାପମାତ୍ରା ୨ ଡିଗ୍ରୀ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଅନ୍ୟପକ୍ଷରେ ସୋମବାରଠାରୁ ରାଜ୍ୟରେ ଝଡ଼ତୋଫାନ ଓ ବଜ୍ରପାତ ନେଇ ସତର୍କ କରାଯାଇଛି। ୨୩ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର, ୨୪ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ପୁରୀ ଓ ଖୋର୍ଦ୍ଧା ଏବଂ ୨୫ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, ମୟୂରଭଞ୍ଜ ଓ କନ୍ଧମାଳରେ ଝଡ଼ତୋଫାନ ସହ ବଜ୍ରପାତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ସେଖ ରୟ ଏବଂ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri