Posted inପୁରୀ

ହୋଟେଲରେ ଦେହ ବ୍ୟବସାୟ: ୩ ଗିରଫ, ୫ ବଙ୍ଗୀୟ ଯୁବତୀ ଅଟକ

ପୁରୀ ଅଫିସ,୭ା୧୧- ହୋଟେଲରେ ଦେହ ବ୍ୟବସାୟ ଚାଲୁଥିବାବେଳେ ବଳିଆପଣ୍ଡା ପୋଲିସ ଚଢାଉ କରି ୫ ବଙ୍ଗୀୟ ଯୁବତୀଙ୍କୁ ଅଟକ ରଖିଥିବାବେଳେ ୩ ଜଣ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ଏଥିସହ ଆପତ୍ତିଜନକ ସାମଗ୍ରୀ ଜବତ କରିଛି।
ପୋଲିସ ସୂଚନା ଅନୁଯାୟୀ, ବଳିଆପଣ୍ଡା ଥାନା ଅଞ୍ଚଳର ଏକ ହୋଟେଲରେ ଦେହ ବ୍ୟବସାୟ ଚାଲୁଥିବା ନେଇ ପୋଲିସ ଖବର ପାଇଥିଲା। ଶୁକ୍ରବାର ସନ୍ଧ୍ୟାରେ ପୋଲିସ ଉକ୍ତ ହୋଟେଲର ୧୦୨ ଓ ୧୦୩ ନମ୍ବର ରୁମ୍‌ରେ ଅଚାନକ ଚଢାଉ କରିଥିଲା। ଗୋଟିଏ କୋଠରୀରେ ଅସଂଯତ ଅବସ୍ଥାରେ ୨ ଜଣ ଯୁବତୀ ଓ ଯୁବକ ଥିବାବେଳେ ଅନ୍ୟ କୋଠରୀରେ ୩ ଜଣ ଯୁବତୀ ଥିଲେ। ଏହି ଘଟଣାରେ ପୋଲିସ ହୋଟେଲ ଲିଜ୍‌ରେ ନେଇଥିବା ପଶ୍ଚିମବଙ୍ଗର ସପନ ଦତ୍ତ, ନିମାପଡ଼ାର ଶୁଭନ୍ବେଷ ସ୍ବାଇଁ ଏବଂ ଜଗତ୍‌ସିଂହପୁର ଏରସମାର ଦେବୀପ୍ରସାଦ ମାଝୀଙ୍କୁ ଗିରଫ କରିଥିଲା। ଏ ନେଇ ଥାନାରେ ଏକ ମାମଲା (ନଂ.୧୪୨/୨୦)ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri