କୋଭିଡ୍‌-୧୯ ନିୟମ ଉଲ୍ଲଂଘନ: ହୋଟେଲ ସିଲ୍‌

ବଡ଼ବିଲ,୧୫ା୭(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲ ମ୍ରିନାଲ କଲୋନୀସ୍ଥିତ ହୋଟେଲ ନୀଳକଣ୍ଠରେ ମଙ୍ଗଳବାର ବିଳମ୍ବିତ ରାତିରେ ପୋଲିସ ଚଢ଼ାଉ କରି ହୋଟେଲ ମାଲିକଙ୍କ ସମେତ ୧୦ ଜୁଆଡ଼ିଙ୍କୁ ଗିରଫ କରିଛି। ବେଆଇନ ଜୁଆଖେଳ ଓ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ ଅଭିଯୋଗରେ ଉକ୍ତ ହୋଟେଲକୁ ସିଲ୍‌ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ହୋଟେଲ ମାଲିକ ମିରୁଦ୍ଦିନ ଶେଖର, ସୁନୀଲ ମହାନ୍ତ, ଆକାଶରାଜ କର୍ମକାର, ବିଜୟ ସ୍ବାଇଁ, ମଙ୍ଗଳ ସାହୁ, ସଞ୍ଜୟ ଚୌଧୁରୀ, ଚକ୍ର ଗୋପ, କରଣ ସର୍ଣ୍ଣକାର, କିଶୋର ବାହାଦୂର ଏବଂ ଏମଡି ସିକନ୍ଦର। ସେମାନଙ୍କଠାରୁ ନଗଦ ୪୮ହଜାର ୯ଶହ ଟଙ୍କା, ୮ ମୋବାଇଲ୍‌ ଫୋନ୍‌ ଓ ୮ ସେଟ ତାସ ଜବତ ହୋଇଛି।
ପୋଲିସ ସୂଚନା ଅନୁଯାୟୀ, କରୋନାର ଗୋଷ୍ଠୀ ସଂକ୍ରମଣ ବୃଦ୍ଧିକୁ ଆଖି ଆଗରେ ରଖି ବଡ଼ବିଲ୍‌ ପୋରାଞ୍ଚଳକୁ ସମ୍ପୂର୍ଣ୍ଣ ଶଟଡାଉନ ଘୋଷଣା କରାଯାଇଛି। ମାତ୍ର ପ୍ରଶାସନର କଟକଣା ନିୟମକୁ ଉଲ୍ଲଂଘନ କରିବା ସହ ବଡ଼ବିଲ ମ୍ରିନାଲ କଲୋନୀସ୍ଥିତ ହୋଟେଲ ନୀଳକଣ୍ଠରେ ଜୁଆ ଖେଳ ଚାଲିଥିଲା। ଖବରପାଇ ପୋଲିସ ସେଠାରେ ଚଢ଼ାଉ କରି ୧୦ ଜୁଆଡ଼ିଙ୍କୁ ଗିରଫ କରିଥିଲା। ଏନେଇ ବଡ଼ବିଲ ଥାନାରେ ଏକ ମାମଲା(ନଂ.୯୩/୨୦୨୦) ରୁଜୁ ହୋଇଛି। ଅଭିଯୁକ୍ତମାନଙ୍କର କରୋନା ପରୀକ୍ଷା ନିମନ୍ତେ ସ୍ବାବ ସଂଗ୍ରହ କରାଯାଇ ସେମାନଙ୍କୁ ସରକାରୀ ସଙ୍ଗରୋଧ କେନ୍ଦ୍ରକୁ ପଠାଇ ଦିଆଯାଇଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି ।…

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ…

ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…

ରିଙ୍ଗ ରୋଡ଼ ଭାଙ୍ଗି ଆନନ୍ଦପୁରରେ ବନ୍ୟା: ପାଣିରେ ଭାସିଲା ଗାଁ, ନିଖୋଜ ଯୁବକ

ଆନନ୍ଦପୁର,୨୯।୭(ସୁଶାନ୍ତ କୁମାର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଆନନ୍ଦପୁର ଅଞ୍ଚଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।…

ବାଂଲାଦେଶ ଫେରିବା ନେଇ ଶେଖ୍ ହାସିନାଙ୍କ ବଡ଼ ବୟାନ, ମୃତ୍ୟୁ ମଧ୍ୟ ଗ୍ରହଣୀୟ କିନ୍ତୁ….

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା କ୍ଷମତା ଯିବା ପରଠାରୁ ଅର୍ଥାତ୍ ଅଗଷ୍ଟ ୨୦୨୪ରୁ ଭାରତରେ ରହି ଆସୁଛନ୍ତି । ସେ କହିଛନ୍ତି ଯେ, ଚଳିତ ବର୍ଷ…

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଖେମୁଣ୍ଡି କଲେଜରେ ପ୍ରବେଶ ଉତ୍ସବ, ଶୃଙ୍ଖଳା-ନୈତିକ ମୂଲ୍ୟବୋଧ ପାଇଁ ପରାମର୍ଶ

ଦିଗପହାଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ବୁଧବାର ଯୁକ୍ତ ୨ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ ଜଣାଇ “ପ୍ରବେଶ ଉତ୍ସବ–୨୦୨୬”…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri