ହୋଟେଲ ଉତ୍କଳ ଇନ୍‌ ସିଲ୍‌

ଭୁବନେଶ୍ୱର, ୧୭।୮(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର (ଡି.ଏନ୍‌.ଏ.): ଶଟ୍‌ଡାଉନ୍‌ ଓ କଟକଣା ସତ୍ତ୍ୱେ ଭୁବନେଶ୍ୱରରେ ଖୁଲମ୍‌ଖୁଲା ବିକ୍ରି ହେଉଥିଲା ମଦ। ଏହାର ଭିଡିଓ ଭାଇରାଲ ହେବା ପରେ ପୋଲିସ ଓ ବିଏମ୍‌ସିର ଚେତା ପଶିଥିଲା। ରବିବାର ଗ୍ୟାରେଜ ଛକରେ ଥିବା ହୋଟେଲ ଉତ୍କଳ ଇନ୍‌ ବାର୍‌ରେ ଲିଙ୍ଗରାଜ ଥାନା ପୋଲିସ ଓ ବିଏମ୍‌ସିର ଅଧିକାରୀ ଚଢ଼ାଉ କରିଥିଲେ। ହୋଟେଲକୁ ସିଲ୍‌ କରାଯିବା ସହ ଗେଟ୍‌ରେ କରୋନା କଟକଣା ନେଇ ପୋଷ୍ଟର ଲଗାଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଉକ୍ତ ହୋଟେଲ ବନ୍ଦ ରହିବ। ଏହି ବାର୍‌ଟି ଐତିହାସିକ ମୁକ୍ତେଶ୍ୱର ଓ କେଦାରଗୌରୀ ମନ୍ଦିର ପାଚେରିକୁ ଲାଗି ରହିଥିବାବେଳେ ନିକଟରେ ସ୍କୁଲ୍‌ ଓ କଲୋନୀ ରହିଛି। ସେହିଭଳି ସହରର ମୁଖ୍ୟ ୭ ନଂ. ଡ୍ରେନ୍‌କୁ ଜବରଦଖଲ କରାଯାଇ ଏହା ଉପରେ ବାର୍‌ଟି କରାଯାଇଛି। ଏଠାରେ ମଧ୍ୟ ଏଏସ୍‌ଆଇର ଆମ୍‌ସାର ଆକ୍ଟ କଟକଣା ମଧ୍ୟ ରହିଛି। ଏହା ସତ୍ତ୍ୱେ ଏଭଳି ଏକ ସମ୍ବେଦନଶୀଳ ସ୍ଥାନରେ କିପରି ସରକାର ବାର୍‌ ଖୋଲିବାକୁ ଅନୁମତି ଦେଲେ ତାହାକୁ ନେଇ ପ୍ରଶ୍ନ ଉଠୁଛି। କେବଳ ଉକ୍ତ ହୋଟେଲ ନୁହେଁ, କଟକରୋଡ୍‌ର ଏକାଧିକ ବାର୍‌, ହୋଟେଲରେ ଶଟ୍‌ଡାଉନରେ ମଦ କାରବାର ଚାଲିଥିଲା। ଘଟଣା ପରେ ତାଲା ଝୁଲୁଥିଲେ ମଧ୍ୟ କର୍ମଚାରୀମାନେ ନିକଟରେ ରହି ଗ୍ରାହକଙ୍କୁ ଲୁଚାଛପାରେ ମଦ ଧରାଇ ଦେଉଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri