ଏବର୍ଷ ଅଧିକ ଗରମ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର, ୨୨।୨(ଅସମାପିକା ସାହୁ):ମାଘରେ ମୁଣ୍ଡଫଟା ଖରା। ଉପାନ୍ତଠାରୁ ଉପକୂଳ ପର୍ଯ୍ୟନ୍ତ ସବୁଠି ପାରଦ ଉପରମୁହାଁ। ସକାଳ ୧୦ଟା ପରେ ଘରୁ ବାହାରିବାକୁ ବି ଡର। ପ୍ରବଳ ଖରାରେ ସାରା ରାଜ୍ୟର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ଏବର୍ଷ ଅସ୍ବାଭାବିକ ଜଳବାୟୁ ସହ ତାପମାତ୍ରା ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି। ସେପଟେ ଗୁରୁବାର ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ଦିନରେ ଉଷ୍ଣ ଏବଂ ଆର୍ଦ୍ର ପାଣିପାଗ ସ୍ଥିତି ଲାଗି ରହିବା ସମ୍ଭାବନା ଥିବାନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଅପରପକ୍ଷରେ ରାଜ୍ୟରେ ହିଟ୍‌ ଓ୍ବେଭ୍‌ର ମୁକାବିଲା ପାଇଁ ଆଗୁଆ ସତର୍କ ଓ ସଜାଗ ରହିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ସମସ୍ତ ଜିଲାପାଳ ଓ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରୀଷ୍ମ ପ୍ରବାହଜନିତ ବିପଦ ସମ୍ପର୍କରେ ଲୋକଙ୍କୁ ସଚେତନ କରାଇବା ସହ ଉକ୍ତ ବିପଦରୁ ମଣିଷ ଓ ପଶୁପକ୍ଷୀଙ୍କୁ ରକ୍ଷା କରିବା ପାଇଁ କ’ଣ କରାଯିବ ସେ ନେଇ ସଚେତନତା ଅଭିଯାନ ଆରମ୍ଭ କରାଯିବ। ଗ୍ରୀଷ୍ମ ପ୍ରବାହ ସମୟରେ ରାଜ୍ୟ ଓ ଜିଲାସ୍ତରରେ ଥିବା କଣ୍ଟ୍ରୋଲ ରୁମ୍‌ ୨୪ ଘଣ୍ଟିଆ କାର୍ଯ୍ୟ କରିବ। କାର୍ଯ୍ୟସ୍ଥଳ କିମ୍ବା ଅନ୍ୟ ଅଞ୍ଚଳରେ କୌଣସି ବ୍ୟକ୍ତିଙ୍କ ଅଂଶୁଘାତଜନିତ ମୃତ୍ୟୁ ଘଟିଲେ ୪୮ ଘଣ୍ଟା ମଧ୍ୟରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ରିପୋର୍ଟ ପହଞ୍ଚତ୍ବା ଦରକାର ବୋଲି କୁହାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରାଜଧାନୀ ଭୁବନେଶ୍ୱର ଦ୍ୱିତୀୟ ଦିନ ପାଇଁ ଅର୍ଥାତ୍‌ ବୁଧବାର ରାଜ୍ୟର ଉତ୍ତପ୍ତ ସହର ରହିଥିଲା। ମଙ୍ଗଳବାର ଭୁବନେଶ୍ୱରରେ ପାରଦ ୩୭ ଡିଗ୍ରୀ ଛୁଇଁଥିବାବେଳେ ବୁଧବାର ତାପମାତ୍ରା ୩୬.୪ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ରାଜ୍ୟର ୧୫ଟି ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲାବେଳେ ଅନ୍ୟ ସହର ମଧ୍ୟରେ ଟିଟିଲାଗଡ଼ ୩୬, ଭବାନୀପାଟଣା ୩୬, ଚାନ୍ଦବାଲି ୩୫.୮, ଭଦ୍ରକ ୩୫.୮, ଝାରସୁଗୁଡ଼ା ୩୫.୬, ସୋନପୁର ୩୫.୫, ବୌଦ୍ଧ ୩୫.୫, ନୟାଗଡ଼ ୩୫.୪, ବଲାଙ୍ଗୀର ୩୫.୪, ଢେଙ୍କାନାଳ ୩୫.୨, କଟକ, ଅନୁଗୋଳ, ମାଲକାନଗିରି ଏବଂ ତାଳଚେରରେ ୩୫ ଡିଗ୍ରୀ ତାପମାତ୍ରା ରହିଥିଲା।
ସେପଟେ ଗୁରୁବାର ପଶ୍ଚିମାଝଡ଼ ପ୍ରଭାବରେ ଉତ୍ତର ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସହିତ ଘଡ଼ଘଡ଼ି ମଧ୍ୟ ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ତେବେ ୨୬ ତାରିଖରୁ ରାଜ୍ୟରେ ଅଧିକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୨୬ରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ବଲାଙ୍ଗୀର, ସୋନପୁର ଏବଂ ଦେବଗଡ଼ ଜିଲାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?