ଅଗ୍ନିକାଣ୍ଡରେ ଜଳିଗଲା ଘର-ଗୁହାଳ: ସହାୟତା ପ୍ରଦାନ କଲେ ତହସିଲଦାର

ଦିଗପହଣ୍ଡି,୧୨ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ଏହି ଅଗ୍ନିକାଣ୍ଡରେ ଉଜ୍ଜ୍ୱଳ ଗୌଡ଼ଙ୍କ ବାସଗୃହ ସମେତ ଗୁହାଳ ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ୨ଟି ମଇଁଷି ମଧ୍ୟ ଅର୍ଦ୍ଧ ଦଗ୍ଧ ହୋଇଯାଇଥିଲେ। ସେହିପରି ଲଳିତ ମୋହନ ଗୌଡ଼ଙ୍କ ଏକ ଗୁହାଳ ପୋଡ଼ିଯାଇଥିଲା। ଘଟଣାଦିନ ବିଳମ୍ବିତ ରାତିରେ କାରଣରୁ ଉଜ୍ଜ୍ବଳଙ୍କ ଘରେ ନିଆଁ ଲାଗିଯାଇଥିଲା। କ୍ରମଶଃ ନିଆଁର ପ୍ରକୋପ ଯୋଗୁ ଗୁହାଳରେ ଲାଗି ନିଆଁ ଲାଗି ଯାଇଥିଲା। ଖବରପାଇ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଆସବାବପତ୍ର ଜଳି ଯାଇଥିବା ଜଣାପଡ଼ିଛି। ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ ଗ୍ରାମରେ ପହଞ୍ଚି ବିପନ୍ନ ପରିବାର ଲୋକଙ୍କ ସହ ଆଲୋଚନା କରିବା ସହ ଉଜ୍ଜ୍ୱଳଙ୍କ ପରିବାର ଲୋକଙ୍କୁ ରେଡ୍‌କ୍ରସ ପାଣ୍ଠିରୁ ୨୦ ହଜାର ଟଙ୍କା ସହାୟତା ରାଶି ଓ ଜରି ପାଲ ପ୍ରଦାନ କରିଥିଲେ। ତହସିଲଦାରଙ୍କ ସହ ଅତିରିକ୍ତ ତହସିଲଦାର ଆଶିଷ କୁମାର ନାୟକ, ଭୀଷ୍ମଗିରି ରାଜସ୍ବ ନିରୀକ୍ଷକ ସୁଶାନ୍ତ କୁମାର ବେହେରା, ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଶ୍ୟାମ ନାୟକ, ସମିତିସଭ୍ୟ ପ୍ରତିନିଧି ସମୀର ବେହେରା , ସାମାଜିକ କର୍ମୀ କେ. ନରସିଂହ ପାତ୍ର, ବିକ୍ରମ ପାତ୍ର, ସୁଦାମ ବେହେରା, ତ୍ରିନାଥ ଗୌଡ଼ , ଓ୍ବାର୍ଡସଭ୍ୟ ପୀତବାସ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ପ୍ରାଣୀ ଚିକିତ୍ସାଧିକାରୀ ପହଞ୍ଚି ଗୁରୁତର ଆହତ ମଇଁଷି ୨ଟିର ଚିକିତ୍ସା କରି ଫେରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri