ଘର ନିର୍ମାଣ ସାମଗ୍ରୀ ଦର ଅହେତୁକ ବୃଦ୍ଧି

ରସୁଲପୁର,୬।୯(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅଧୀନ ୨୮ ପଞ୍ଚାୟତରେ ୨,୫୪୧ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ(ଗ୍ରାମୀଣ)କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରୁ ବର୍ତ୍ତମାନ ସଦ୍ଧା ୨,୪୭୫ଜଣଙ୍କୁ ଗୃହ ନିର୍ମାଣ ବାବଦକୁ ପ୍ରଥମ କିସ୍ତି ମିଳିଛି। ଅବଶିଷ୍ଟ ୬୬ଜଣଙ୍କ କାଗଜପତ୍ରରେ ତ୍ରୁଟିଥିବାରୁ ପ୍ରଥମ କିସ୍ତି ବାବଦକୁ ୪୦ହଜାର ଟଙ୍କା ମିଳିପାରିନାହିଁ। ପ୍ରଥମ କିସ୍ତି ହାତେଇଥିବା ହିତାଧିକାରୀ ଘର ନିର୍ମାଣ ଆରମ୍ଭ କଲେଣି। ହେଲେ ଏବେ ଘର ନିର୍ମାଣରେ ବ୍ୟବହୃତ ସାମଗ୍ରୀର ଦର ଅହେତୁକ ବୃଦ୍ଧି ହିତାଧିକାରୀଙ୍କୁ ଚିନ୍ତାରେ ପକାଇଛି। ସରକାରଙ୍କ ପକ୍ଷରୁ ନିର୍ଦ୍ଧାରିତ ଅର୍ଥରାଶିରେ ଘର ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହେବା କଷ୍ଟକର ବ୍ୟାପାର ବୋଲି ମନେହେଉଛି। ତେଣୁ ସରକାର ଗୃହ ନିର୍ମାଣର ଅଟକଳ ମୂଲ୍ୟ ବଢ଼ାଇବାକୁ ହିତାଧିକାରୀଙ୍କ ପକ୍ଷରୁ ଦାବି ହୋଇଛି।
ବାସହୀନ, କଚ୍ଚାଘର, ଚାଳିଆ, ଝୁମ୍ପୁଡ଼ି ଆଦି ଘରେ ବସବାସ କରୁଥିବା ପରିବାର ପାଇଁ ଆବାସ ଯୋଜନା କାର୍ଯ୍ୟକାରୀ ହେଉଛି। ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର, ମୋ କୁଡିଆ ଆଦି ଯୋଜନା ବନ୍ଦ ହୋଇଯିବା ପରେ କେନ୍ଦ୍ର ସରକାରଙ୍କ ଇନ୍ଦିରା ଆବାସ(ଏବେ ପ୍ରଧାନମନ୍ତ୍ରୀ ଆବାସ ନାମରେ ନାମିତ) ଯୋଜନାକୁ ହିତାଧିକାରୀ ଭରସା କରିଛନ୍ତି। ଆବାସ ଯୋଜନା ଘର ନିର୍ମାଣ ପାଇଁ ହିତାଧିକାରୀଙ୍କ ପିଛା ୧.୩୦ଲକ୍ଷ ଟଙ୍କା, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପକ୍ଷରୁ ମଜୁରି ବାବଦକୁ ୨୨,୯୦୦ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଉଛି। ଏହି ଅର୍ଥରେ ଜଣେ ହିତାଧିକାରୀଙ୍କୁ ୨୭୫ ବର୍ଗଫୁଟର ଘର ନିର୍ମାଣ କରିବାକୁ ପ୍ରଶାସନିକ ନିର୍ଦ୍ଦେଶ ଦିଆଯାଉଛି। ନିର୍ଦ୍ଧାରିତ ୪ମାସ ମଧ୍ୟରେ ଘର ନିର୍ମାଣ ଶେଷକଲେ ପ୍ରୋତ୍ସାହନ ରାଶି ବାବଦକୁ ୨୦ ହଜାର, ୬ ମାସ ମଧ୍ୟରେ ଶେଷକଲେ ୧୦ହଜାର ଟଙ୍କା ପ୍ରଦାନ କରାଯିବ। ତେବେ ଦରଦାମ୍‌ ଅହେତୁକ ବୃଦ୍ଧି ଯୋଗୁ ଘର ନିର୍ମାଣରେ ମନ୍ଥରତା ଆସିଯାଇଛି। ଚଳିତ ମାସରେ ସିମେଣ୍ଟ୍‌ ବସ୍ତା ୩୫ ଟଙ୍କା, ବାଲି ଟ୍ରାକ୍ଟର ପିଛା ୧୦୦୦ରୁ ଊର୍ଦ୍ଧ୍ୱ, ଗୋଟିଏ ଇଟା ପିଛା ୧ଟଙ୍କାରୁ ଊର୍ଦ୍ଧ୍ୱ ଓ ଲୁହାଛଡ଼ର ଦର ଆଗ ଅପେକ୍ଷା ବଢ଼ିବାରେ ଲାଗିଛି। ଦର ଆହୁରି ବଢ଼ିବା ସମ୍ଭାବନା ରହିଛି ବୋଲି ବ୍ୟବସାୟୀମାନେ ମତବ୍ୟକ୍ତ କରୁଛନ୍ତି। ଏଭଳିସ୍ଥିତିରେ ଘର ନିର୍ମାଣ କରିବାକୁ ହିତାଧିକାରୀ ପଛଘୁଞ୍ଚା ଦେଉଛନ୍ତି। ଯଦିବା ଘର ନିର୍ମାଣ କାର୍ଯ୍ୟ ଜାରି ରଖିନ୍ତି, ତେବେ ନିର୍ଦ୍ଧାରିତ ଅର୍ଥରେ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରିବ ନାହିଁ। ରାଜମିସ୍ତ୍ରିଙ୍କ ଆକଳନ ଅନୁଯାୟୀ ବର୍ତ୍ତମାନ ଦରଦାମ ଆଧାରରେ ଏକ ବାସ ଉପଯୋଗୀ ଘର ନିର୍ମାଣ ପାଇଁ ୧ ବର୍ଗଫୁଟ ପିଛା ୧୦୦ ଟଙ୍କା ଖର୍ଚ୍ଚ ହେବ। ସେହି ହିସାବରେ ୨୭୫ ବର୍ଗ ଫୁଟର ଘର ନିର୍ମାଣ ପାଇଁ ୨.୭୫ଲକ୍ଷ ଟଙ୍କା ଦରକାର। ହେଲେ ଏଠାରେ ଘର ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ଆବଶ୍ୟକତାଠାରୁ ବହୁତ କମ୍‌ ଟଙ୍କା ମିଳୁଛି। ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରା ନ ଗଲେ ବହୁ ହିତାଧିକାରୀଙ୍କ ଆବାସ ନିର୍ମାଣ ସମ୍ପୂର୍ଣ୍ଣ ହେବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ଏ ସମ୍ପର୍କରେ ବିଡିଓ ଅବନିକାନ୍ତ ସାହୁଙ୍କୁ ପଚାରିବାରୁ ସେ କହିଛନ୍ତି, ଘର ନିର୍ମାଣ ପାଇଁ ଆବଣ୍ଟିତ ଅର୍ଥ ବଜେଟରେ ଅନୁମୋଦିତ ହୋଇଥାଏ। ଯୋଜନାରେ ଅର୍ଥରାଶି କମ୍‌ ଓ ବେଶି ବଜେଟ ଜରିଆରେ କରାଯାଇ ପାରିବ। କେବଳ ସରକାର ଚାହିଁଲେ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ବିଧାୟିକାଙ୍କ ସ୍ବାମୀଙ୍କ ନାମରେ ସଙ୍ଗୀନ ଅଭିଯୋଗ: ତହସିଲଦାରଙ୍କୁ…

ନର୍ଲା,୨୯।୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri