ମାଛି ମାରୁ ମାରୁ ଘର ଜାଳିଦେଲେ ବୃଦ୍ଧ

ନୂଆଦିଲ୍ଲୀ, ୭।୯: ଜଣେ ୮୦ ବର୍ଷୀୟ ବୃଦ୍ଧ ରାତ୍ରୀ ଭୋଜନ ପାଇଁ ବସିଥିଲେ। ଏହି ସମୟରେ ଗୋଟିଏ ମାଛି ତାଙ୍କ ଖାଇବା ଚାରିପାଖେ ଘୂରି ବୁଲିବା ସହ ଗୁଞ୍ଜରଣ ସୃଷ୍ଟି କରିଥିଲା। ଫଳରେ ଏଥିରେ ବିରକ୍ତି ପ୍ରକାଶ କରି ବୃଦ୍ଧ ଜଣଙ୍କ ମାଛିକୁ ମାରିବାକୁ ଚେଷ୍ଟା କରିଥିଲେ। କିନ୍ତୁ ଦୁର୍ଭାଗ୍ୟବଶତଃ ମାଛିକୁ ମାରୁ ମାରୁ ବୃଦ୍ଧଙ୍କ ଘର ଜଳିଯାଇଥିଲା। ଏହି ଘଟଣାଟି ଫ୍ରାନ୍ସର ଡର୍ଡୋନ ସହରରେ ଘଟିଛି।
ଅନୁଯାୟୀ, ଏହି ସହରରେ ରହୁଥିବା ଜଣେ ବୃଦ୍ଧ ରାତିରେ ଖାଇବା ପାଇଁ ବସିଥିଲେ। କିନ୍ତୁ ଏହି ସମୟରେ ଗୋଟିଏ ମାଛି ତାଙ୍କ ଖାଦ୍ୟ ଚାରିପାଖେ ଘୂରି ବୁଲିଥିଲା। ଏଥିରେ ବୃଦ୍ଧଜଣଙ୍କ ବିରକ୍ତି ପ୍ରକାଶ କରି ମାଛିକୁ ମାରିବା ଲାଗି ଘରେ ଥିବା ଇଲେକଟ୍ରୋନିକ ର଼୍ୟାକେଟ୍‌ର ସହାୟତା ନେଇଥିଲେ। କିନ୍ତୁ ଦୁର୍ଭାଗ୍ୟବଶତଃ ଏହି ସମୟରେ ତାଙ୍କ ରୋଷେଇ ଘରେ ଥିବା ଗ୍ୟାସ ଲିକ୍‌ ହୋଇଯାଇଥିଲା। ଫଳରେ ମାଛିକୁ ମାରିବା ଲାଗି ବୃଦ୍ଧ ଇଲେକ୍‌ଟ୍ରୋନିକ ର଼୍ୟାକେଟ୍‌କୁ ଧରି ବୁଲାଉଥିବାବେଳେ ଏହା ଗ୍ୟାସ ସଂସ୍ପର୍ଶରେ ଆସି ନିଆଁ ଲାଗି ଯାଇଥିଲା। ଏହି ସମୟରେ ଭୟଙ୍କର ବିସ୍ଫୋରଣରେ ରୋଷେଇ ଘର ଛାତ ସମେତ ଅନ୍ୟାନ୍ୟ ଘରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। କିନ୍ତୁ ବୃଦ୍ଧଙ୍କର କୌଣସି କ୍ଷତି ହୋଇ ନ ଥିବା ଜଣାପଡ଼ିଛି। ବୃଦ୍ଧଜଣଙ୍କ ଏବେ ଶିବିରରେ ରହିଛନ୍ତି ଏବଂ ତାଙ୍କ ପରିବାର ଲୋକ ଘର ମରାମତି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri