ଶୋଇଥିବାବେଳେ ଘରେ ଲାଗିଲା ନିଆଁ: ଆସବାବପତ୍ର ସହ ଜଳିଗଲା ନଗଦ ଟଙ୍କା, ସୁନାଗହଣା

ସାକ୍ଷୀଗୋପାଳ,୧୫ା୯(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ଚନ୍ଦନପୁର ଥାନା ବାଲିପଡ଼ା ପଞ୍ଚାୟତ ଅଧୀନ କାଳିଆକେରା ଗ୍ରାମର ବାବୁଲି ନାୟକ ଓ ମାନସ ନାୟକଙ୍କ ଘରେ ରବିବାର ବିଳମ୍ବିତ ରାତିରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ସମସ୍ତ ଆସବାବପତ୍ର ଏବଂ ବିଡ଼ା ବିଡ଼ା ୫୦୦ ଟଙ୍କିଆ ନୋଟ୍‌ ଜଳିଯାଇଛି। ପରିବାର ଲୋକେ ଶୋଇଥିବା ବେଳେ ରାତି ଗୋଟାଏ ସମୟରେ ଅଗ୍ନିକାଣ୍ଡ ଘଟିଥିଲା। ସେମାନେ ଉଠିବା ବେଳକୁ ଘର ସାରା ନିଆଁ ବ୍ୟାପି ଯାଇଥିଲା। ଜୀବନ ବଞ୍ଚାଇବାକୁ ପରିବାର ଲୋକେ ବାହାରକୁ ପଳାଇ ଆସିବାବେଳେ ଉପରେ ନିଆଁ ପଡ଼ିଯିବାରୁ ଦୁଇ ଜଣ ଆହତ ହୋଇଛନ୍ତି। ବାବୁଲି ନାୟକ ଚିକିତ୍ସା ପାଇଁ ପୁରୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ୪ ବଖରା ସମ୍ପୂର୍ଣ୍ଣ ଜଳିଯାଇଛି। ସମସ୍ତ ଆସବାବପତ୍ର ସହ ନଗଦ ୪ ଲକ୍ଷ ଟଙ୍କା (୫ଶହ ଟଙ୍କିଆ) ଏବଂ ୩ ଟି ମୋବାଇଲ ପୋଡ଼ଯାଇଛି। ଏଥିସହିତ ଘରେ ଥିବା ସୁନାରୁପା ଅଳଙ୍କାର ବି ପୋଡ଼ି ପାଉଁଶ ହୋଇଯାଇଛି। ଖବରପାଇ ପୁରୀ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି’, ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବୟାନକୁ ନେଇ ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ,୨୨।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଇରାନ ସମ୍ପର୍କରେ ଏକ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଇରାନ ବିରୁଦ୍ଧରେ ଏକଜୁଟ୍‌ ହେଲେ ୨୨ଟି ଦେଶ, କହିଲେ ତୁରନ୍ତ ଧମକ ବନ୍ଦ କର, ନଚେତ୍‌…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀର ସଙ୍କଟ ବିଶ୍ୱ ଅର୍ଥନୀତି ପାଇଁ ଏକ ଲାଲ ପତାକା ପାଲଟିଛି। ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ୟୁଏଇ, ବାହାରିନ, ଜାପାନ,…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଇରାନକୁ ଟ୍ରମ୍ପଙ୍କ ସାଂଘାତିକ ଧମକ, ଦେଲେ ୪୮ ଘଣ୍ଟାର ଅଲ୍ଟିମେଟମ୍‌, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଇରାନ ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସେ ଇରାନକୁ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ଦେଇଛନ୍ତି। ସେ ଚେତାବନୀ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri