ଦେଖୁ ଦେଖୁ ଧସିଗଲା ଘର

ପାଟନା,୫।୭: ବିହାରର ବିଭିନ୍ନ ଅଞ୍ଚଳରେ ଲାଗିରହିଥିବା ଲଗାଣ ବର୍ଷା ଯୋଗୁ ନଦୀଗୁଡ଼ିକ ଫୁଲିଯିବାରୁ ବର୍ତ୍ତମାନ ପ୍ରାୟ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ବିହାରର ମୋତିହାରି, ଦରଭଙ୍ଗା, ସୀତାମଢ଼ୀ ସମେତ ୧୦ଟି ଜିଲାର ଛୋଟ ବଡ଼ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ରହିଛି। ପୂର୍ବ ଚମ୍ପାରନ ତଥା ମୋତିହାରିରୁ ବାହାରିଥିବା ବୁଢ଼ି ଗଣ୍ଡକ ନଦୀ ଏବେ ବିପଦ ସଙ୍କେତ ଉପରେ ରହିଛି। ଲଗାଣ ବର୍ଷା ଯୋଗୁ ଅନେକ ଘର ଏବେ ପାଣିଘେରରେ। ଇତିମଧ୍ୟରେ ମୋତିହାରି ନଦୀ କୂଳରେ ଥିବା ଏକ ଘରର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଲଗାଣ ବର୍ଷା ଯୋଗୁ ମୋତିହାରିର ଭବାନୀପୁରରେ ଥିବା ଏକ ଘର ଭୁଷୁଡି ପଡ଼ିଛି। କେହି କିଛି ଭାବିବା ପୂର୍ବରୁ ଦେଖୁ ଦେଖୁ ଉକ୍ତ ଘର ପାଣିରେ ବୁଡ଼ିଯାଇଥଲା। ଏହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଏହାପୂର୍ବରୁ ଶନିବାର ମଧ୍ୟ ୪ଟି ଘର ଭୁଷୁଡି ପଡ଼ିଥିବା ଜଣାପଡ଼ିଛି। ନଦୀର ବଢ଼ୁଥିବା ଜଳସ୍ତର ଯୋଗୁ ଅନେକ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। ଏଥିପାଇଁ ତଳିଆ ଅଞ୍ଚଳ ଲୋକେ ଉପର ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ତ୍ରିଗ୍ରହୀ ଯୋଗ: ଆଜିଠୁ ଆରମ୍ଭ ୩ ରାଶିଙ୍କ ଭଲଦିନ, ହେବେ ମାଲାମାଲ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ, ୨୦୨୬ ଅକ୍ଟୋବର ୧୭ରେ ସୂର୍ଯ୍ୟ ତୁଳା ରାଶିରେ ଗୋଚର କରିବେ। ଏହି ସମୟରେ ତୁଳା ରାଶିରେ ପୂର୍ବରୁ ଶୁକ୍ର ଓ ବୁଧ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?