ଲଗାଣ ବର୍ଷାରେ ଭାଙ୍ଗିଲା ଘର: କାନ୍ଥ ପଡି ୨ ଗୁରୁତର

ସୋନପୁର,୧୩।୮(ନି.ପ୍ର.): ସୋନପୁର ସହର ୨ ନମ୍ବର ଓ୍ବାର୍ଡର କଳିଙ୍ଗନଗରଠାରେ ଗୁରୁବାର ବିଳମ୍ବିତ ରାତିରେ ଅଘଟଣ ଘଟିଛି। ଲଗାଣ ବର୍ଷାରେ ମାଟି କାନ୍ଥ ଓଦା ହୋଇ ପଡି ଯିବାରୁ ବାବୁଲି ଟୁଡୁ(୪୦)ଙ୍କ ଘର ଭାଙ୍ଗିଛି। ଏହି ସମୟରେ ଘରେ ଶୋଇଥିବା ବାବୁଲିଙ୍କ ସ୍ତ୍ରୀ ଶାନ୍ତି(୩୫) ଓ ବଡ ଝିଅ ମୌସୁମୀ(୧୩)ଙ୍କ ଉପରେ ମାଟି କାନ୍ଥ ପଡିଯିବାରୁ ସେମାନେ ଆହତ ହୋଇଛନ୍ତି। ଶାନ୍ତିଙ୍କ ଡାହାଣ ଗୋଡ ଓ ମୌସୁମୀଙ୍କ ପଞ୍ଜରା ହାଡ ଭାଙ୍ଗିଛି। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରାଯାଇ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରା ଯାଇଥିଲା। ତେବେ ବାବୁଲି ଓ ସାନ ଝିଅ ସୁମିଙ୍କର କୌଣସି କ୍ଷତି ହୋଇନାହିଁ। ଡ୍ରେନ୍‌ ପାଣି ଘରେ ପଶିବାରୁ କୁଚ୍ଚା ଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବା ଜଣାପଡିଛି। ଏହି ଘରେ ବାବୁଲିଙ୍କ ପରିବାରର ୫ ଜଣ ରହୁଥିଲେ। ସେମାନେ ଏବେ ବେସାହାରା ହୋଇ ପଡିଛନ୍ତି। ତେବେ ଏହି ପରିବାର ନାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କା ଘର ମଞ୍ଜୁର ହୋଇଥିଲେ ହେଁ ପୌର ପ୍ରଶାସନର ଅବହେଳା ପାଇଁ ତାହା ନିର୍ମାଣ ହୋଇପାରିନି। ଏହି ଗରିବ ପରିବାରକୁ ସରକାରୀ ସହାୟତା ପ୍ରଦାନ ପାଇଁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ୯ ଆଶାୟୀ

ତିହିଡ଼ି,୨୯।୩ (ସଞ୍ଜିତ ବଳ):ଭଦ୍ରକ ଜିଲା ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ଓ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ...

୫ ମାସ ପରେ ବି ସରିଲାନି ଡିପିଆର୍‌

ଯାଜପୁର,୨୯ା୩ (ହର୍ଷବର୍ଦ୍ଧନ ବେହେରା):ଯାଜପୁର ରୋଡ୍‌ ରେଳଷ୍ଟେଶନଠାରୁ ଧାମରା ବନ୍ଦର ଭାୟା ଯାଜପୁର ଓ ଆରଡି ପ୍ରସ୍ତାବିତ ନୂତନ ରେଳପଥର ଚୂଡ଼ାନ୍ତ ଲୋକେଶନ ସର୍ଭେ ଏବଂ ଡିଟେଲ...

‘ନୋଟାରେ ଦେବୁ ପଛେ ଅପରାଜିତାଙ୍କୁ ନୁହଁ’

ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରରୁ ବେଗୁନିଆ ଏବେ ସବୁଠି ଭାଜପାର ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରାଯାଉଛି। ଭାଜପା ପକ୍ଷରୁ ଲୋକ ସଭା ପ୍ରଥମ ପର୍ଯ୍ୟାୟ ତାଲିକାରେ...

ସନାତନ ଭାଜପାରୁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

କେନ୍ଦୁଝର,୨୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):ପ୍ରଥମେ କଂଗ୍ରେସ, ପରେ କଂଗ୍ରେସ ଛାଡ଼ି ସ୍ବାଧୀନ ପ୍ରାର୍ଥୀ ଭାବରେ ଛିଡ଼ା ହୋଇ ଚମ୍ପୁଆ ବିଧାୟକ ହେଲେ। ଚଳିତ ନିର୍ବାଚନ ତାରିଖ ଘୋଷଣା...

ରାତିସାରା ଚାଲିଛି ମୋରମ ଲୁଟ୍‌

ଯାଜପୁର/କୋରେଇ(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୯ା୩ : ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌ କାରବାରକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ରାଜସ୍ବ ବିଭାଗଠାରୁ ଖଣି ବିଭାଗକୁ ଦାୟିତ୍ୱ ହସ୍ତାନ୍ତର ହୋଇଛି।...

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri