ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ସେମାନେ ହେଲେ ଟିକରପଡା ଗ୍ରାମର ମିଛା ନାୟକ, ଅନନ୍ତ ନାୟକ ଓ ଅଚୁତ ନାୟକ। ଅଗ୍ନିକାଣ୍ଡର ସଠିକ କାରଣ ଜଣାପଡି ନ ଥିବା ବେଳେ ଶଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।
ସମସ୍ତେ ଚାଷୀ ପରିବାର ହୋଇଥିବାରୁ ସମସ୍ତଙ୍କ ଧାନ, ଚାଉଳ, ମୁଗ, ଲୁଗାପଟା ଓ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଥିବା ଜଣାପଡିଛି। ଖବର ପାଇ ତନାରଡାରୁ ଦମକଳ ଆସି ନିଆଁକୁ ଆୟତ୍ତ କରିଥିଲେ। କ୍ଷତିଗ୍ରସ୍ତ ପରିବାର ଲୋକଙ୍କୁ ସରକାରୀ ସାହାଯ୍ୟ ଯୋଗାଇଦେବାକୁ ସାଧାରଣରେ ଦାବି ହୋଇଛି।