ଘରକୁ ଘର ବୁଲି ସଂଗ୍ରହ ହେଉଛି ଆବର୍ଜନା: ବ୍ୟାଟ୍ରିଚାଳିତ ଗାଡ଼ି ଧରି ବୁଲୁଛନ୍ତି ମହିଳା

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଗଞ୍ଜାମ ଜିଲା। ଗ୍ରାମାଞ୍ଚଳ ପରିମଳ ପରିଚାଳନାର ନେତୃତ୍ୱ ନେବା ଆରମ୍ଭ କରିଛନ୍ତି ମହିଳା। ଖଲ୍ଲିକୋଟ ବ୍ଲକରୁ ଆରମ୍ଭ ହୋଇଥିବା ଏହି ପକ୍ରିୟାରେ ମହିଳା ସୟଂ ସହାୟିକା ଗୋଷ୍ଠୀ ସହଯୋଗରେ ଆବର୍ଜନା ସଂଗ୍ରହ କରାଯାଇ ତାହାର ପ୍ରକ୍ରିୟାକରଣ ଜରିଆରେ ପ୍ରାକୃତିକ ‘ମୋ ଖତ’ ବାହାର କରାଯାଉଛି। ସହରାଞ୍ଚଳରେ ପୂର୍ବରୁ ୱାର୍ଡମାନଙ୍କରେ ସାହି ବସ୍ତି ବୁଲି ଭ୍ରାମ୍ୟମାଣ ଯାନ ଦାରା ଘରୁ ଅଳିଆ ଆବର୍ଜନା ସଂଗ୍ରହ କରଯାଉ ଥିଲା। ଏବେ ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମର ୯୩ ପଞ୍ଚାୟତରେ ଆରମ୍ଭ ହୋଇଥିବା ଅଭିଯାନରେ ବ୍ୟାଟେରୀ ଚାଳିତ ଗାଡ଼ିରେ ମହିଳା ସଦସ୍ୟାମାନେ ଘରକୁ ଘର ବୁଲି କଠିନ ଓ ତରଳ ଆବର୍ଜନା ସଂଗ୍ରହ କରୁଛନ୍ତି। ଅଣୁ ଜୈବିକ ଖତ ପ୍ରସ୍ତୁତ କେନ୍ଦ୍ରକୁ ତାହାକୁ ନିଆଯାଉଛି। ଜୈବିକ କେନ୍ଦ୍ରରେ ପ୍ରସ୍ତୁତ ସାର ଚାଷୀମାନେ ମହିଳା ଏସ୍‌ଏଚଜିଠାରୁ କିଲୋ ପିଛା ୨୦ ଟଙ୍କାରେ କିଣି ପାରିବେ। ଜିଲାର ଅନ୍ୟାନ୍ୟ ଗ୍ରାମାଞ୍ଚଳରେ ମଧ୍ୟ ଏହି ପଦ୍ଧତି ଧିରେ ଧିରେ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri