କାଳବୈଶାଖୀରେ ଭାଙ୍ଗିଲା ଘର, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରୁକୋଣ୍ଡା,୬।୫(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ସଦର ସମେତ ଆଖପାଖ ପଞ୍ଚାୟତରେ କାଳବୈଶାଖୀରେ ଝଡ଼ତୋଫା ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି।

ଜୋରରେ ପବନ ବହିବା ଯୋଗୁ ଅଞ୍ଚଳର ବିଭିନ୍ନ ସ୍ଥାନରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି । ସେହିପରି କୋରୁକୋଣ୍ଡା ବ୍ଲକ ତାର୍ଲାକୋଟା ପଞ୍ଚାୟତର ସର୍ଗିଗୁଡ, ପୁଷ୍ପାଲି, ବନୁର, ସାହେବଗୁଡ ଆଦି ଗ୍ରାମରେ ଲୋକଙ୍କ ଘର ଭାଙ୍ଗି ଟିଣ ଉଡି ଯାଇଥିଲା। ସେହିପରି କୋରୁକୋଣ୍ଡା ସଦରରେ ଥିବା ଏକ ଦୋକାନ ଆଜବେଷ୍ଟସ୍‌ ଉଡି ରାସ୍ତାରେ ପଡିଥିବା ଦେଖିବାକୁ ମିଳିଥିଲା। ଏପରି କି ଦୋକାନର ବିଭିନ୍ନ ସାମଗ୍ରୀ ନଷ୍ଟ ହୋଇଯାଇଥିବା ଦୋକାନୀ କହିଛନ୍ତି।

ସେହିପରି ମାଲକାନଗିରି-ବାଲିମେଳା ମୁଖ୍ୟ ରାସ୍ତା ତାର୍ଲାକୋଟା ଛକରେ ଏକ ବିରାଟକାୟ ଗଛ ଉପୁଡି ରାସ୍ତା ମଝିରେ ପଡିିଥିଲା। ଫଳରେ ୨ ଘଣ୍ଟା ଧରି ଯାନବାହନ ଚଳାଚଳ ବନ୍ଦ ରହିଥିଲା। କୋରୁକୋଣ୍ଡା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗଛକୁ କାଟି ସଫା କରିବା ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ଶୁକ୍ରବାର କୋରୁକୋଣ୍ଡା ରାଜସ୍ବ ନୀରିକ୍ଷକ ସନ୍ତୋଷ କୁମାର ରାଉତ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ଏପରି କି ଭାଙ୍ଗି ଯାଇଥିବା ଘରର ପରିବାର ଲୋକଙ୍କୁ ପଲିଥିନ ବାଣ୍ଟିଥିଲେ। କ୍ଷୟକ୍ଷତିର ଆକଳନ କରି ସରକାରଙ୍କୁ ସବିଶେଷ ତଥ୍ୟ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି। ସେହିପରି କାଳବୈଶାଖୀ ପୋଟ୍ରେଲ ଛକରେ ଥିବା ଏକ ଦୋକାନ ଗୃହ ମଧ୍ୟ ସମ୍ପୂର୍ଣ ଭାଙ୍ଗି ଯାଇଛି । ଆଗକୁ ବର୍ଷା ଦିନ ଆସୁ ଥିବାରୁ କ୍ଷତିଗ୍ରସ୍ତ ପରିବାର ଲୋକଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri