‘ନବୀନ ସ୍ବଚ୍ଛତା ପ୍ରତିଶ୍ରୁତି ଦେଲେ ଘର ଦିଆଯିବ’

ଭୁବନେଶ୍ବର, ୧୨ା୮(ବ୍ୟୁରୋ):ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ ବ୍ୟାପକ ଅନିୟମିତତା ହୋଇଛି। ଘର ବଣ୍ଟନରେ ଆଦୌ ସ୍ବଚ୍ଛତା ନାହିଁ। ଉପଯୁକ୍ତ ହିତାଧିକାରୀ ଘର ପାଇନାହାନ୍ତି। ବାତ୍ୟା ଫନୀ ଦ୍ୱାରା କ୍ଷତିଗ୍ରସ୍ତ ୩୭% ଲୋକଙ୍କୁ ଘର ମିଳିବାରେ
ଏପଟସେପଟ ହୋଇଛି। ଏହି ଯୋଜନାରେ ସ୍ବଚ୍ଛତା ରହିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଲେ ଅବଶିଷ୍ଟ ଘର ଯୋଗାଇବା ଲାଗି ମଞ୍ଜୁରୀ ପ୍ରଦାନ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ କହିଛନ୍ତି। ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କ ଉପସ୍ଥିତିରେ କେନ୍ଦ୍ରମନ୍ତ୍ରୀ ସିଂଙ୍କ ଏଭଳି ସିଧାସଳଖ ମନ୍ତବ୍ୟ ଓଡ଼ିଶା ସରକାରଙ୍କ ପ୍ରଶାସନିକ ସ୍ବଚ୍ଛତା ପ୍ରତି ଆଙ୍ଗୁଳି ନିର୍ଦ୍ଦେଶ କରିଛି। ଅନ୍ୟପଟେ ମନ୍ତ୍ରୀ ଅମାତ ପିଏମ୍‌ଏଓ୍ବାଇରେ ଅନିୟମିତତା ହୋଇଥିବା ସ୍ବୀକାର କରିଛନ୍ତି।
ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂଙ୍କ ଅଧ୍ୟକ୍ଷତାରେ ଗୁରୁବାର ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତିର ସମୀକ୍ଷା କରାଯାଇଥିଲା। ଏଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସରକାରଙ୍କ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିଏମ୍‌ଏଓ୍ବାଇରେ ସ୍ବଚ୍ଛତା ରହିବା ନେଇ ପ୍ରତିଶ୍ରୁତି ଦେବା ପରେ ଅବଶିଷ୍ଟ ୮ ଲକ୍ଷ ଘର ଓଡ଼ିଶା ପାଇଁ ମଞ୍ଜୁର କରାଯିବ। ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବାକୁ ଗିରିରାଜ ସ୍ପଷ୍ଟ ଭାବେ ଅମାତଙ୍କୁ କହିଛନ୍ତି।
ଅନ୍ୟପଟେ ମନ୍ତ୍ରୀ ଅମାତ କହିଛନ୍ତି, ପିଏମ୍‌ଏଓ୍ବାଇରେ ଅନିୟମିତତା ଅଭିଯୋଗ ଆସିବା ପରେ ରାଜ୍ୟ ସରକାର କଠୋର ପଦକ୍ଷେପ ନେଇଛନ୍ତି। ୪୪ ଅଫିସରଙ୍କୁ ସସ୍‌ପେଣ୍ଡ କରାଯାଇଥିବାବେଳେ ୨୨ ଜଣଙ୍କୁ ନିଲମ୍ବିତ କରାଯାଇଛି। ୨୬୮ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରାଜ୍ୟ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ଅନୁସାରେ କାର୍ଯ୍ୟ କରୁଛନ୍ତି। ଆଗାମୀ ଦିନରେ ସ୍ବଚ୍ଛତାର ସହ କାର୍ଯ୍ୟ କରାଯିବ ବୋଲି ଅମାତ କହିଛନ୍ତି। ବୈଠକ ପରେ ଧର୍ମେନ୍ଦ୍ର ଟୁଇଟ୍‌ କରି କହିଛନ୍ତି, ୨୦୨୨ ସୁଦ୍ଧା ସମସ୍ତଙ୍କୁ ପକ୍କାଘର ଯୋଗାଇଦେବା ପାଇଁ ଭାରତ ସରକାର ଟାର୍ଗେଟ ନେଇଥିଲେ। ହେଲେ ଏଥିରେ ଅନିୟମିତତା ହୋଇଛି। ୨୦୧୮ରେ ଆବାସ ପ୍ଲସ୍‌ ପୋର୍ଟାଲ ଖୋଲିବା ପରେ କୌଣସି କାରଣରୁ ରାଜ୍ୟ ସରକାର ସେଥିରେ ନାମ ଦେଇପାରି ନ ଥିଲେ। ୨୦୧୯ରେ ବାତ୍ୟା ଫନୀ ପରେ ଆବାସ ପୋର୍ଟାଲ ପୁଣିଥରେ ଖୋଲିଥିଲା। ସେଥିରେ ଯେଉଁ ସବୁ ନାମ ଆସିଲା, ତାକୁ ନେଇ ନାନା ଆପତ୍ତି ଓ ଅଭିଯୋଗ ହେଲା। ଏହାପରେ ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରି ଏହି ଆଲୋଚନା ହୋଇଛି। ଚଳିତ ବର୍ଷ ପିଏମ୍‌ଏଓ୍ବାଇରେ ଓଡ଼ିଶା ପାଇଁ ୭ ହଜାର କୋଟି ଟଙ୍କା ରହିଛି। ୮ ଲକ୍ଷରୁ ଊର୍ଦ୍ଧ୍ୱ ଘର ନିର୍ମାଣ ହେବ। କେନ୍ଦ୍ର ସରକାର ଯେଉଁ ଟଙ୍କା ପଠାଉଛନ୍ତି ତାହା ଠିକ୍‌ ଭାବେ କାମରେ ଲାଗୁ ବୋଲି ଧର୍ମେନ୍ଦ୍ର କହିଛନ୍ତି।
ସୂଚନାଯୋଗ୍ୟ, ପାର୍ଲାମେଣ୍ଟ ଅଧିବେଶନ ବେଳେ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏହି ପ୍ରସଙ୍ଗ ଉଠାଇଥିଲେ। ବହୁ ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚତ୍ତ ହୋଇରହିଛନ୍ତି। ନୂଆ ତାଲିକା ପ୍ରସ୍ତୁତ ହୋଇପାରୁ ନାହିଁ। ଫନୀରେ କ୍ଷତିଗ୍ରସ୍ତ ହିତାଧିକାରୀଙ୍କୁ ଘର ଦେବାରେ ସମସ୍ୟା ଉପୁଜୁଛି। ତେଣୁ ତୁରନ୍ତ ଆବାସ ପ୍ଲସ୍‌ ପୋର୍ଟାଲ ଖୋଲିବା ସହିତ ନୂଆ ଘର ଯୋଗାଇ ଦେବାକୁ ସେ ଦାବି କରିଥିଲେ। ଏଥିପୂର୍ବରୁ ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ମଧ୍ୟ ଚିଠି ଲେଖି ଅବଗତ କରାଇଥିଲେ। ସେହିଦିନ ହିଁ ଗିରିରାଜଙ୍କୁ ଭେଟି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପିଏମ୍‌ଏଓ୍ବାଇ ପୋର୍ଟାଲ ଖୋଲିବା ନେଇ ନିବେଦନ କରିଥିଲେ। ଏଥିସହ ଯୋଜନାରେ ହୋଇଥିବା ଦୁର୍ନୀତି ବିଷୟରେ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?