ଲଗାଣ ବର୍ଷାରେ ଭାଙ୍ଗିଲା ଘର; ଆବାସ ଯୋଜନାରେ ଗୃହ ଯୋଗାଇଦେବାକୁ ବିଡିଓଙ୍କୁ ଗୁହାରି

କୋକସରା,୨୧।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ପାଣିଗାଁର ମକରଧଜ ମହାନ୍ତିଙ୍କ ଘରର କାନ୍ଥ ଲଗାଣ ବର୍ଷା କାରଣରୁ ଭାଙ୍ଗି ପଡିଛି। ଫଳରେ ପରିବାର ଅତି ଦୟନୀୟ ଅବସ୍ଥାରେ ଭଙ୍ଗା ଘରେ ଆଶ୍ରୟ ନେଇଛି। ମକରଧଜ ଜଣେ ଗରିବ ଶ୍ରେଣୀର ହୋଇଥିବା ବେଳେ ପୂର୍ବରୁ ଅନେକ ଥର ଆବାସ ଘର ଖଣ୍ଡିଏ ପାଇଁ ପଞ୍ଚାୟତଠୁ ଆରମ୍ଭ କରି ବ୍ଲକ ପ୍ରଶାସନ ନିକଟରେ ଆପତ୍ତି ଅଭିଯୋଗ କରିଛନ୍ତି। ହେଲେ ଏଯାବତ ତାଙ୍କୁ ଆବାସ ଘର ଯୋଜନାରେ ସାମିଲ କରାଯାଇନାହିଁ। ତେବେ ତାଙ୍କୁ ଅଣଦେଖା କରି ସ୍ବଚ୍ଛଳ ବର୍ଗ ଲୋକଙ୍କୁ ଆବାସ ଘର ମିଳୁଥିବା ନେଇ ଅଭିଯୋଗ କରୁଥିବା ବେଳେ ତାଙ୍କ ପ୍ରତି ପ୍ରଶାସନର ଏଭଳି ଅବିଚାର କାହିଁକି ବୋଲିି ମକରଧଜଙ୍କ ସ୍ତ୍ରୀ ପୁଷ୍ପଲତା କୋହଭରା କଣ୍ଠରେ ପ୍ରକାଶ କରିଛନ୍ତି। ସୋମବାର ରାତିରେ ଲଗାଣ ବର୍ଷା ହେବା ଯୋଗୁ ଘର ଭାଙ୍ଗିବା ପରେ ସେ ସ୍ଥାନୀୟ ରାଜସ୍ବ ନିରୀକ୍ଷକଙ୍କୁ ଖବର ଦେଇଥିଲେ। ହେଲେ ସେ ରିପୋର୍ଟ ନେବାକୁ ଆସି ନ ଥିବା ଜଣାପଡିଛି। ଅନ୍ୟପଟେ ପୁଷ୍ପଲତା ତାଙ୍କ ଦୁଇ ଛୁଆଙ୍କ ସହ ମଙ୍ଗଳବାର କୋକସରା ବିଡ଼ିଓ ମନୀଷା ଦାସ ଓ ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲଙ୍କୁ ସାକ୍ଷାତ କରି ଆବାସ ଘର ଖଣ୍ଡିଏ ଯୋଗାଇ ଦେବାକୁ ଗୁହାରି କରିଛନ୍ତି । ତାଙ୍କୁ ତୁରନ୍ତ ଆବାସ ଯୋଜନାରେ ସାମିଲ କରିବାକୁ ଗ୍ରାମବାସୀ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri