ପଲିଥିନ ତଳେ ବିତୁଛି ୩ ଜୀବନ

ବରୀ,୧୭ା୧୦(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ୍‌ ଅଧୀନ ଅଲିପୁର ପଞ୍ଚାୟତ ୧୪ ନମ୍ବର ଓ୍ବାର୍ଡର ମହିଳା ରମା ଦେଈ ଏବଂ ତାଙ୍କର ଦିବ୍ୟାଙ୍ଗ ଝିଅ ଧରିତ୍ରୀ ଓ ପୁଅ ରବୀନ୍ଦ୍ର ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ଏକ ଭଙ୍ଗା ଚାଳଘରେ ପଲିଥିନ ଢାଙ୍କି ଆଶ୍ରୟ ନେଇଛନ୍ତି। ହେଲେ ସେମାନଙ୍କୁ ଆବାସ ଯୋଜନାରେ ଘର ମିଳୁ ପାରୁନାହିଁ। ରମାଙ୍କ ସ୍ବାମୀଙ୍କ ନାମ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ ହୋଇଥିଲା। ହେଲେ ତାଙ୍କର ମୃତ୍ୟୁପରେ ଅଧିକାରୀମାନେ ତାଙ୍କୁ ତଦନ୍ତ ପରିସରଭୁକ୍ତ କରି ନ ଥିଲେ। ତେଣୁ ତାଙ୍କ ପରିବାର ଏହି ଯୋଜନାରୁ ବାଦ ପଡ଼ିଛନ୍ତି। ଫଳରେ ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ରମା ଯାଜପୁର ଜିଲାପାଳ, ବରୀ ବିଧାୟିକା ଏବଂ ବିଡିଓଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ହେଲେ ବାସଗୃହ ଯୋଗାଇ ଦେବା କ୍ଷେତ୍ରରେ ପ୍ରଶାସନିକ ଅଧିକାରୀମାନେ ପଦକ୍ଷେପ ନେଉନାହାନ୍ତି ବୋଲି ରମା ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ରମାଙ୍କ ସମସ୍ୟା ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ପ୍ରଚାର ହେବାପରେ ବିଭିନ୍ନ ସଙ୍ଗଠନ ଆର୍ଥିକ ସହଯୋଗର ହାତ ବଢ଼ାଉଛନ୍ତି। କିନ୍ତୁ ପ୍ରଶାସନିକ ଅଧିକାରୀମାନେ ଦୃଷ୍ଟି ନ ଦେବାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ତେଣୁ ଏହି ଅସହାୟ ପରିବାରକୁ ପ୍ରଶାସନ ତୁରନ୍ତ ଆବାସ ଯୋଗାଇ ଦେବାକୁ ଦାବି ହୋଇଛି। ଏ ସମ୍ପର୍କରେ ବ୍ଲକ୍‌ ପ୍ରଶାସନର ପ୍ରତିକ୍ରିୟା ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri