ପଲିଥିନ ତଳେ ବିତୁଛି ୩ ଜୀବନ

ବରୀ,୧୭ା୧୦(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ୍‌ ଅଧୀନ ଅଲିପୁର ପଞ୍ଚାୟତ ୧୪ ନମ୍ବର ଓ୍ବାର୍ଡର ମହିଳା ରମା ଦେଈ ଏବଂ ତାଙ୍କର ଦିବ୍ୟାଙ୍ଗ ଝିଅ ଧରିତ୍ରୀ ଓ ପୁଅ ରବୀନ୍ଦ୍ର ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ଏକ ଭଙ୍ଗା ଚାଳଘରେ ପଲିଥିନ ଢାଙ୍କି ଆଶ୍ରୟ ନେଇଛନ୍ତି। ହେଲେ ସେମାନଙ୍କୁ ଆବାସ ଯୋଜନାରେ ଘର ମିଳୁ ପାରୁନାହିଁ। ରମାଙ୍କ ସ୍ବାମୀଙ୍କ ନାମ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ ହୋଇଥିଲା। ହେଲେ ତାଙ୍କର ମୃତ୍ୟୁପରେ ଅଧିକାରୀମାନେ ତାଙ୍କୁ ତଦନ୍ତ ପରିସରଭୁକ୍ତ କରି ନ ଥିଲେ। ତେଣୁ ତାଙ୍କ ପରିବାର ଏହି ଯୋଜନାରୁ ବାଦ ପଡ଼ିଛନ୍ତି। ଫଳରେ ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ରମା ଯାଜପୁର ଜିଲାପାଳ, ବରୀ ବିଧାୟିକା ଏବଂ ବିଡିଓଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ହେଲେ ବାସଗୃହ ଯୋଗାଇ ଦେବା କ୍ଷେତ୍ରରେ ପ୍ରଶାସନିକ ଅଧିକାରୀମାନେ ପଦକ୍ଷେପ ନେଉନାହାନ୍ତି ବୋଲି ରମା ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ରମାଙ୍କ ସମସ୍ୟା ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ପ୍ରଚାର ହେବାପରେ ବିଭିନ୍ନ ସଙ୍ଗଠନ ଆର୍ଥିକ ସହଯୋଗର ହାତ ବଢ଼ାଉଛନ୍ତି। କିନ୍ତୁ ପ୍ରଶାସନିକ ଅଧିକାରୀମାନେ ଦୃଷ୍ଟି ନ ଦେବାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ତେଣୁ ଏହି ଅସହାୟ ପରିବାରକୁ ପ୍ରଶାସନ ତୁରନ୍ତ ଆବାସ ଯୋଗାଇ ଦେବାକୁ ଦାବି ହୋଇଛି। ଏ ସମ୍ପର୍କରେ ବ୍ଲକ୍‌ ପ୍ରଶାସନର ପ୍ରତିକ୍ରିୟା ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri