କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ ଘରର ଛପର କଣା ହୋଇଯାଇଛି। ତୁରନ୍ତ କ୍ଷତିପୂରଣ ସହ, ସ୍ଥାୟୀ ଗୃହ, ରନ୍ଧା ଖାଦ୍ୟ,ପଲିଥିନ ଯୋଗାଇବା ଦାବିରେ ଦକ୍ଷିଣିପଶି, ମପୋଷି ସ୍ବାମ ଛକ ବ୍ଲକ ଛକରେ ରାସ୍ତାରୋକୋ କରିଛନ୍ତି କ୍ଷତିଗ୍ରସ୍ତ। ପାଟଣା ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତର ବିଭିନ୍ନ ଗ୍ରାମର ଶତାଧିକ ଲୋକେ ପାଟଣା ବ୍ୟାଙ୍କ ଅଫ ଇଣ୍ଡିଆ, ମୁଖ୍ୟାଳୟ ବୈତରଣୀ ବ୍ରିଜ ନିକଟରେ ରାସ୍ତାରୋକ କରିଥିବା ବେଳେ ସ୍ବାମ ହନୁମାନ ଛକ ନିକଟରେ ଗୁଳୁଦିପଶି, ସ୍ବାମ ଝାଟିପଡା ଅଞ୍ଚଳବାସୀ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି।

ଅନ୍ୟ ଅଞ୍ଚଳରେ ପଲିଥିନ ଯୋଗାଇ ଦିଆ ଯାଇଥିବା ବେଳେ ବଡ଼ ପାଟଣା ପଞ୍ଚାୟତବାସୀଙ୍କୁ ପଲିଥିନ ଯୋଗାଇ ଦିଆ ଯାଇ ନ ଥିବା ପ୍ରଶାସନ କ୍ଷତିଗ୍ରସ୍ତଙ୍କ ନିକଟରେ ପହଞ୍ଚି ନ ଥିବା ଅଭିଯୋଗ ଆଣି ରାସ୍ତାରୋକ କରିଛନ୍ତି କ୍ଷତିଗ୍ରସ୍ତ। ରାସ୍ତାରୋକଯୋଗୁ ଉତ୍ତେଜନା ଦେଖାଦେବା ସହ ଗାଡମୋଟର ଚଳାଚଳ ବ୍ୟାହତ ହୋଇଛି। ଘଟଣା ସ୍ଥଳରେ ପୁର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ, କଂଗ୍ରେସ ଏମ୍‌ପି ପ୍ରାର୍ଥୀ ବିନୋଦ ବିହାରୀ ନାଏକ ଆନ୍ଦୋଳନକାରୀଙ୍କ ସହ ସ୍ବାମ ହନୁମାନ ଛକରେ ମଧ୍ୟ ମାନସ କୁମାର ଦାଣ୍ଡପାଟ, ତହସିଲଦାର ଅଶ୍ୱିନୀ କୁମାର୍‌ ନାଏକଙ୍କ ଉପସ୍ଥିତିଶ୍‌ରେ ଆନ୍ଦୋଳନକାରୀ ଲୋକଙ୍କୁ ପ୍ରତିଶ୍ରୁତି ଦେବାପରେ ରାସ୍ତା ଅବରୋଧ ହଟିଚି।

ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ମମିତା ନାଏକ ଲୋକଙ୍କୁ ଯଥାଶୀଘ୍ର ସହାୟତା ଯୋଗାଇ ଦେବାକୁ ପ୍ରଶାସନକୁକୁ ନିର୍ଦ୍ଦେଶ ଦେବା ସହ କ୍ଷତି ଗ୍ରସ୍ତ ହୋଇ ବୁଧବାର ସ୍କୁଲ ବନ୍ଦ ହୋଇଥିବା ଜିଏନ୍‌ ହାଇସ୍କୁଲ ସହ ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। କ୍ଷତିଗ୍ରସ୍ତ ପ୍ରତ୍ୟେକ ପରିବାରକୁ ଡିଏମଏଫ ଫଣ୍ଡରୁ ଘର ସହ ପ୍ରତେକ ପରିବାରକୁ ଏକ ଲକ୍ଷ ଟଙ୍କା ଦାବି କରିଛନ୍ତି ସ୍ବାମ ବାସିନ୍ଦା ରାଜବଲ୍ଲଭ ମିଶ୍ର। ଘଟଣାସ୍ଥଳରେ ପାଟଣା ବଡିଓ ମାନସ କୁମାର ଦଣ୍ଡପାଟ ପାଟଣା ତହସିଲଦାର ଅଶ୍ୱିନୀ କୁମାର ନାଏକ ପହଞ୍ଚିି ୩ ଦିନ ଭିତରେ ସମସ୍ତ ଙ୍କୁ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ସ୍ବାମ ହନୁମାନ ଛକରୁ ରାସ୍ତାରୋକ ହଟିଥିଲା। କାଳ ବୈଶାଖୀର କରାଳ ରୂପରେ ପାଟଣା ଅଞ୍ଚଳ ବେହାଲ ହୋଇଥିବା ବେଳେ, ଏଭଳି ବିପର୍ଯ୍ୟସ୍ତ ଅଞ୍ଚଳରେ ପ୍ରଥମ ବୋଲି ଅଞ୍ଚଳବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଭଡ଼ାଘରେ ଝୁଲିପଡ଼ିଲେ ବିଟେକ୍‌ ଛାତ୍ର

ଗୁଣପୁର,୨୪।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବରୁଣ ନଗର ଲେନ – ୧ ରେ ଭଡା ଘରେ ଥିବା ଜଣେ ବିଟେକ ଛାତ୍ରଙ୍କ ଝୁଲନ୍ତା ମୃତଦେହ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri