Posted inଜାତୀୟ

ମାଓବାଦୀ ଆତ୍ମସମର୍ପଣ କଲେ ମିଳିବ ଘର: କେରଳ ସରକାରଙ୍କ ନିଷ୍ପତ୍ତି…

ଥିରୁଭାନନ୍ତପୁରମ୍‌,୨।୨ : ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଏବଂ ମୁଖ୍ୟ ସ୍ରୋତକୁ ଫେରାଇ ଆଣିବା ପାଇଁ କେରଳ ସରକାର ଏକ ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ ପୁନର୍ବାସ ପ୍ୟାକେଜର ଏକ ଅଂଶ ଭାବରେ ଘର ଯୋଗାଇ ଦିଆଯିବ।

ଏହି ଯୋଜନା ଅଧୀନରେ ସରକାର ମୁଖ୍ୟ ସ୍ରୋତକୁ ଫେରିଥିବା ଜଣେ ମାଓବାଦୀ ଲିଜେଶ ଓରଫ ରାମୁଙ୍କ ପାଇଁ ଏକ ଘର ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାମୁଙ୍କ ଘର ପାଇଁ ଉପଯୁକ୍ତ ଜମି ଖୋଜିବାକୁ ସରକାର ଏର୍ନାକୁଲମ ଜିଲାର ଜିଲାପାଳ ତଥା ପୋଲିସ ମୁଖ୍ୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଗୃହ ନିର୍ମାଣକୁ ତ୍ୱରାନ୍ବିତ କରିବା ପାଇଁ ଜିଲାପାଳ, ପୋଲିସ ମୁଖ୍ୟ ତଥା ପଞ୍ଚାୟତ ଡେପୁଟି ଡାଇରେକ୍ଟରଙ୍କୁ ନେଇ ସରକାର ଏକ କମିଟି ଗଠନ କରିଛନ୍ତି। ଏହି କମିଟି ଗୃହ ନିର୍ମାଣ ଯାଞ୍ଚ କରିବେ। ସରକାର ଦେଇଥିବା ବିବୃତ୍ତିରେ କୁହାଯାଇଛି ଯେ ଜମି ଚିହ୍ନଟ କରିବା ଏବଂ ଘର ନିର୍ମାଣ ପାଇଁ ସର୍ବାଧିକ ୧୫ ଲକ୍ଷ ଟଙ୍କା ଆବଣ୍ଟନ କରାଯିବ। ୨୦୧୮ ରେ ଜାରି କରାଯାଇଥିବା ଆଦେଶ ଅନୁଯାୟୀ, ମାଓବାଦୀଙ୍କ ପାଇଁ ଆତ୍ମସମର୍ପଣ ପୁନର୍ବାସ ପ୍ୟାକେଜ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଆତ୍ମସମର୍ପଣ କରିବା ପରେ ମାଓବାଦୀଙ୍କୁ ଏହି ପ୍ୟାକେଜ ଅନ୍ତର୍ଗତ ସୁବିଧା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ।...

ପୁଟିନଙ୍କ ଭାରତ ଗସ୍ତକୁ ନେଇ ଚାଇନା ଦେଲା ଏମିତି ପ୍ରତିକ୍ରିୟା ଆମେରିକାକୁ ଲାଗିବ ବଡ଼ ଝଟକା

ବେଜିଂ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସାମ୍ପ୍ରତିକ ଭାରତ ଗସ୍ତ ପ୍ରତି ଚାଇନା ଏକ ସକାରାତ୍ମକ ମନୋଭାବ ପ୍ରକାଶ କରିଛି, କହିଛି ଯେ ଭାରତ, ଚାଇନା...

ଶୁଭାଙ୍ଗୀ ଦତ୍ତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଅଭିନେତ୍ରୀ ଶୁଭାଙ୍ଗୀ ଦତ୍ତଙ୍କୁ ସର୍ବଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ସେ ଅନୁପମ ଖେର୍‌ଙ୍କ ନିର୍ଦ୍ଦେଶିତ ‘ତନଭି ଦି ଗ୍ରେଟ୍‌’...

ନେହେରୁ ନୁହେଁ, ଭବିଷ୍ୟତକୁ ଦେଖ

‘ବନ୍ଦେ ମାତରମ୍‌’ ଭାରତର ଜାତୀୟ ଗୀତ ଭାବେ ଜଣାଶୁଣା। ବଙ୍କିମ ଚନ୍ଦ୍ର ଚାଟାର୍ଜୀଙ୍କ ଦ୍ୱାରା ଏହା ରଚିତ ହୋଇଥିଲା। ୧୮୭୫ ନଭେମ୍ବର ୭ରେ ପ୍ରଥମେ ‘ବଙ୍ଗଦର୍ଶନ’...

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri