୨୯, ୩୦ରେ ବନ୍ଦ ରହିବ ଗୃହ କାର୍ଯ୍ୟ: ବାଚସ୍ପତି

ଭୁବନେଶ୍ୱର,୨୮ା୧୧(ସୁନିତ୍‌ ମିଶ୍ର): ବିଧାନସଭା ଶୀତ ଅଧିବେଶର ଦ୍ୱିତୀୟ ଦିନ ଅପରାହ୍ନ ୪ଟାରେ ଆରମ୍ଭ ହୋଇ ୪ଟା ୭ ପର୍ଯ୍ୟନ୍ତ ଚାଲିବା ପରେ ବାଚସ୍ପତି ସୁରମା ପାଢ଼ୀ ଗୁରୁବାର ପର୍ଯ୍ୟନ୍ତ ଗୃହ କାର୍ଯ୍ୟକୁ ମୁଲତବୀ ଘୋଷଣା କରିଛନ୍ତି। ଅନ୍ୟପଟେ ଗୃହ କାର୍ଯ୍ୟ ୨୯ ଓ ୩୦ ତାରିଖରେ ବନ୍ଦ ରଖାଯିବ ବୋଲି ବାଚସ୍ପତି ଘୋଷଣା କରିଛନ୍ତି। ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ଟି ବିଲ୍‌ ଆଗତ କରିଥିଲେ। ସାର୍ବଜନୀନ ପରୀକ୍ଷା ବ୍ୟବସ୍ଥାରେ ଅଧିକ ସ୍ବଚ୍ଛତା, ନିରପେକ୍ଷତା ଓ ବିଶ୍ୱସନୀୟତା ଆଣିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ସାର୍ବଜନୀନ ପରୀକ୍ଷା ପ୍ରଣାଳୀକୁ ପ୍ରତିକୂଳ ଭାବେ ପ୍ରଭାବିତ କରୁଥିବା ବ୍ୟକ୍ତି, ଗୋଷ୍ଠୀ କିମ୍ବା ଅନୁଷ୍ଠାନଗୁଡିକୁ ରୋକିବା ଲାଗି ସରକାର ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍‌ ୨୦୨୪କୁ ଉପସ୍ଥାପନ କରିଛନ୍ତି। ସେହିପରି ରାଜ୍ୟ ସରକାରଙ୍କ ଦ୍ୱାରା କର ଆଦାୟ ଲକ୍ଷ୍ୟ ନେଇ ଓଡ଼ିଶା ଦ୍ରବ୍ୟ ଓ ସେବା କର ଅଧିନିୟମ ୨୦୧୭ ପ୍ରଣୟନ କରାଯାଇଥିଲା। ଏହି ଅଧିନିୟମକୁ କାର୍ଯ୍ୟକାରୀ କରିବାରେ କେତେକ ଅସୁବିଧା ଅନୁଭୂତ ହେଉଥିଲା। ଏଥିରେ ରହିଥିବା ବିଭିନ୍ନ ଅସୁବିଧା ଦୂରକରିବା ସକାଶେ ରାଜ୍ୟ ସରକାର ଓଡ଼ିଶା ଦ୍ରବ୍ୟ ଓ ସେବା କର(ଦ୍ୱିତୀୟ ସଂଶୋଧନ) ବିଲ୍‌, ୨୦୨୪କୁ ଉପସ୍ଥାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର: କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୩୦।୧୨(ସୌମ୍ୟରଞ୍ଜନ ରାଉତ):ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ହେବ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାମ୍ପ୍ରତିକ ଭାରତକୁ...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri