ତାତିଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ: ଦାୟିତ୍ୱ ନେଇଥିବା ସଂସ୍ଥାକୁ କତାଲିକାଭୁକ୍ତ କରିବାକୁ…

ଫୁଲବାଣୀ ଅଫିସ, ୯ା୪(ରାକେଶ କୁମାର ରାଉତ):  ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଦିନିକିଆ କନ୍ଧମାଳ ଜିଲା ଗସ୍ତରେ ଆସି ଜିଲାସ୍ତରୀୟ ସମୀକ୍ଷା କରିଛନ୍ତି। ଜିଲା ପରିଷଦ ସଭାଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ସେ ବିଭିନ୍ନ ଯୋଜନା ସମ୍ପର୍କରେ ପଚାରି ବୁଝିଛନ୍ତି। ବିଶେଷ କରି ଜିଲାର ପୌର ପରିଷଦ ଏବଂ ଏନ୍‌ଏଏସି ଅଞ୍ଚଳକୁ ସମ୍ପୂର୍ଣ୍ଣ ନବ କଳେବର କରାଯାଇ ସ୍ବଚ୍ଛତା ଉପରେ ଦୃଷ୍ଟି ଦିଆଯିବ। ପ୍ରତ୍ୟେକ ଲୋକଙ୍କୁ କିପରି ପାନୀୟ ଜଳ ମିଳିବ ସେଥିନେଇ କାର୍ଯ୍ୟ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ମନ୍ତ୍ରୀ ପ୍ରଥମେ ଫୁଲବାଣୀରେ ପହଞ୍ଚତ୍ବା ପରେ ଦଳୀୟ ସମର୍ଥକମାନେ ତାଙ୍କୁ ସ୍ବାଗତ କରିଥିଲେ। ପରେ ମନ୍ତ୍ରୀ, ଏମ୍‌ପି, ଫୁଲବାଣୀ ବିଧାୟକ, ଜିଲାପାଳ ଏବଂ ଅନ୍ୟ କେତେ ଜଣ ଅଧିକାରୀଙ୍କୁ ଧରି ସହର ବୁଲି ଦେଖିଥିଲେ। ସହରର ସ୍ବଚ୍ଛତା ଅବସ୍ଥା ଦେଖି ପୌର ପରିଷଦ ସଫେଇ ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ଡାକି ଏନେଇ ପଚାରି ଅସନ୍ତୋଷ ପ୍ରକାଶ କରିଥିଲେ। ସ୍ବଚ୍ଛତା ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ନିଲମ୍ବନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସଫେଇ ଦାୟିତ୍ୱ ନେଇଥିବା ଏଜେନ୍ସିକୁ କଳା ତାଲିକାଭୁକ୍ତ କରାଯିବ ବୋଲି ସେ କହିଥିଲେ।ପରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗଦେଇ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ଉପରେ ପଚାରି ବୁଝିଥିଲେ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନା ଯେପରି ସବୁସ୍ତରର ଲୋକଙ୍କ ପାଖରେ ପହଞ୍ଚତ୍ବ ସେଥିପାଇଁ ଅଧିକାରୀମାନେ ଦୃଷ୍ଟି ଦେବାକୁ ପରାମର୍ଶ ଦେଇଥିଲେ। ଏଥିରେ ଯେଉଁମାନେ ଖିଲାପ କରିବେ, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ। ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦୀ ମନ୍ତ୍ରୀଙ୍କୁ ଜିଲାରେ ଚାଲିଥିବା ଡିଜିଟାଲ କ୍ଲାସ ରୁମ, ଗେଣ୍ଡୁ ଫୁଲ ଚାଷ, ବିଷୟରେ ଅବଗତ କରାଇଥିଲେ। ଜିଲା ମୁଖ୍ୟାଳୟରେ ୧ହଜାର ଲୋକ ବସିବା କ୍ଷମତା ବିଶିଷ୍ଟ ଅଡିଟୋରିୟମ ନିର୍ମାଣ ପାଇଁ ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ବୈଠକରେ କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ, ଜି.ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, ଜିଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ଜିଲାପାଳ ଅମ୍ରିତ ଋତୁରାଜ, ବାଲିଗୁଡା ଉପ ଜିଲାପାଳ ଡା. ରୀନା ପ୍ରଧାନ, ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ଜେନାଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri