ଆବାସ ଆଶା: କଟିଲେଣି ୨୦୦

ଭୁବନେଶ୍ୱର,୩ା୯(ରବିନାରାୟଣ ଜେନା): ରାଜଧାନୀର ନିମ୍ନବର୍ଗଙ୍କୁ ସୁଲଭ ମୂଲ୍ୟରେ ଆବାସ ଯୋଗାଇଦେବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ଗ୍ରହଣ କରାଯାଇଥିବା ଆବେଦନ ଉପରେ ଖୁବ୍‌ଶୀଘ୍ର ଲଟେରି ଉଠାଣ କାର୍ଯ୍ୟକ୍ରମ କରାଯିବ। ଏହି ପ୍ରକ୍ରିୟା ଚଳିତମାସ ଶେଷସୁଦ୍ଧା କରାଯିବାକୁ ବିଡିଏ ଲକ୍ଷ୍ୟ ରଖିଛି ବୋଲି  ସଚିବ ମାନସ ରଞ୍ଜନ ପାଢ଼ୀ ସୂଚନା ଦେଇଛନ୍ତି।
ବିଡିଏର ପ୍ରତିଷ୍ଠା ଦିବସ ଅବସରରେ ସଚିବ ପାଢ଼ୀ କହିଛନ୍ତି, ପଟିଆ ଅଞ୍ଚଳରେ ନିମ୍ନ ଆୟ ବର୍ଗ(ଏଲ୍‌ଆଇଜି) ପରିବାର ପାଇଁ ବିଡିଏ ପକ୍ଷରୁ ସୁଲଭ ଆବାସ ଯୋଜନା ହାତକୁ ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ‘ଟ୍ରାଇଡେଣ୍ଟ ଆବାସ, ପଟିଆ’ ପ୍ରକଳ୍ପରେ ମୋଟ୍‌ ୯୦ଟି ୨-ବିଏଚ୍‌କେ ଫ୍ଲାଟ୍‌ ରହିଛି। ଏଥିପାଇଁ ଏପ୍ରିଲ ୩୦ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପ୍ରଥମ ପର୍ଯ୍ୟାୟରେ ମେ’ ୬ରୁ ଜୁନ୍‌ ୪ ମଧ୍ୟରେ ଆବେଦନ ଗ୍ରହଣ କରିବାକୁ କୁହାଯାଇଥିଲା। ପରବର୍ତ୍ତୀ ସମୟରେ ଏହାର ଅବଧିକୁ ଆଉ ୧୦ ଦିନ ବୃଦ୍ଧି କରାଯାଇଥିଲା। ଇତିମଧ୍ୟରେ ବିଡିଏକୁ ୪,୬୦୦ରୁ ଊର୍ଦ୍ଧ୍ୱ ଆବେଦନ ମିଳିଛି। ସେସବୁର ଯାଞ୍ଚ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ମାତ୍ର କେତେକ ନୀତିଗତ ନିଷ୍ପତ୍ତିକୁ ଅପେକ୍ଷା କରାଯାଇଛି। ଏହି ଯାଞ୍ଚ ପ୍ରକ୍ରିୟା ବେଳେ ପ୍ରାୟ ୨ଶହ ଆବେଦନକାରୀ ବିଭିନ୍ନ କାରଣରୁ ବାଦ୍‌ ପଡ଼ିଛନ୍ତି। ଏହି ପ୍ରକଳ୍ପ ଓଡ଼ିଶା ହାଉସିଂ ଫର୍‌ ଅଲ୍‌ ପଲିସି ଅଧୀନରେ ଟ୍ରାଇଡେଣ୍ଟ ପ୍ରପର୍ଟିଜ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଦ୍ୱାରା ବିକଶିତ କରାଯିବାକୁ ରହିଛି।
ସୂଚନା ଅନୁଯାୟୀ, ଭୁବନେଶ୍ୱର ଓ୍ବାନ୍‌ ପ୍ଲସ୍‌-୧ ପ୍ରକଳ୍ପର ୫୬୨.୩ ବର୍ଗଫୁଟ କାର୍ପେଟ୍‌ ଏରିଆର ଫ୍ଲାଟ୍‌ର ମୂଲ୍ୟ ୧୫.୫୧ ଲକ୍ଷ ଟଙ୍କା। ଅନ୍ୟପକ୍ଷରେ ୫୩୨.୧ ବର୍ଗଫୁଟ ଫ୍ଲାଟ୍‌ର ମୂଲ୍ୟ ୧୪.୬୮ ଲକ୍ଷ ଟଙ୍କା ରହିଛି। ବିଡିଏର ସର୍ତ୍ତ ଅନୁଯାୟୀ, ଆବେଦନକାରୀଙ୍କ ପରିବାରର ବାର୍ଷିକ ଆୟ ୩ରୁ ୬ ଲକ୍ଷ ଟଙ୍କା ମଧ୍ୟରେ ହେବା ସହ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୧ ଜାନୁଆରୀ ୨୦୨୩ ପୂର୍ବରୁ ବାସିନ୍ଦା ହୋଇଥିବା ଆବଶ୍ୟକ। ଆବେଦନକାରୀଙ୍କ ପରିବାର ସଦସ୍ୟଙ୍କ ନାମରେ ଦେଶର କୌଣସି ସ୍ଥାନରେ ପକ୍କାଘର ନ ଥିବା ସହିତ ଅନ୍ୟ କେତେକ ସର୍ତ୍ତାବଳୀ ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri