ଆବାସ ଆଶା: କଟିଲେଣି ୨୦୦

ଭୁବନେଶ୍ୱର,୩ା୯(ରବିନାରାୟଣ ଜେନା): ରାଜଧାନୀର ନିମ୍ନବର୍ଗଙ୍କୁ ସୁଲଭ ମୂଲ୍ୟରେ ଆବାସ ଯୋଗାଇଦେବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ଗ୍ରହଣ କରାଯାଇଥିବା ଆବେଦନ ଉପରେ ଖୁବ୍‌ଶୀଘ୍ର ଲଟେରି ଉଠାଣ କାର୍ଯ୍ୟକ୍ରମ କରାଯିବ। ଏହି ପ୍ରକ୍ରିୟା ଚଳିତମାସ ଶେଷସୁଦ୍ଧା କରାଯିବାକୁ ବିଡିଏ ଲକ୍ଷ୍ୟ ରଖିଛି ବୋଲି  ସଚିବ ମାନସ ରଞ୍ଜନ ପାଢ଼ୀ ସୂଚନା ଦେଇଛନ୍ତି।
ବିଡିଏର ପ୍ରତିଷ୍ଠା ଦିବସ ଅବସରରେ ସଚିବ ପାଢ଼ୀ କହିଛନ୍ତି, ପଟିଆ ଅଞ୍ଚଳରେ ନିମ୍ନ ଆୟ ବର୍ଗ(ଏଲ୍‌ଆଇଜି) ପରିବାର ପାଇଁ ବିଡିଏ ପକ୍ଷରୁ ସୁଲଭ ଆବାସ ଯୋଜନା ହାତକୁ ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ‘ଟ୍ରାଇଡେଣ୍ଟ ଆବାସ, ପଟିଆ’ ପ୍ରକଳ୍ପରେ ମୋଟ୍‌ ୯୦ଟି ୨-ବିଏଚ୍‌କେ ଫ୍ଲାଟ୍‌ ରହିଛି। ଏଥିପାଇଁ ଏପ୍ରିଲ ୩୦ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପ୍ରଥମ ପର୍ଯ୍ୟାୟରେ ମେ’ ୬ରୁ ଜୁନ୍‌ ୪ ମଧ୍ୟରେ ଆବେଦନ ଗ୍ରହଣ କରିବାକୁ କୁହାଯାଇଥିଲା। ପରବର୍ତ୍ତୀ ସମୟରେ ଏହାର ଅବଧିକୁ ଆଉ ୧୦ ଦିନ ବୃଦ୍ଧି କରାଯାଇଥିଲା। ଇତିମଧ୍ୟରେ ବିଡିଏକୁ ୪,୬୦୦ରୁ ଊର୍ଦ୍ଧ୍ୱ ଆବେଦନ ମିଳିଛି। ସେସବୁର ଯାଞ୍ଚ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ମାତ୍ର କେତେକ ନୀତିଗତ ନିଷ୍ପତ୍ତିକୁ ଅପେକ୍ଷା କରାଯାଇଛି। ଏହି ଯାଞ୍ଚ ପ୍ରକ୍ରିୟା ବେଳେ ପ୍ରାୟ ୨ଶହ ଆବେଦନକାରୀ ବିଭିନ୍ନ କାରଣରୁ ବାଦ୍‌ ପଡ଼ିଛନ୍ତି। ଏହି ପ୍ରକଳ୍ପ ଓଡ଼ିଶା ହାଉସିଂ ଫର୍‌ ଅଲ୍‌ ପଲିସି ଅଧୀନରେ ଟ୍ରାଇଡେଣ୍ଟ ପ୍ରପର୍ଟିଜ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଦ୍ୱାରା ବିକଶିତ କରାଯିବାକୁ ରହିଛି।
ସୂଚନା ଅନୁଯାୟୀ, ଭୁବନେଶ୍ୱର ଓ୍ବାନ୍‌ ପ୍ଲସ୍‌-୧ ପ୍ରକଳ୍ପର ୫୬୨.୩ ବର୍ଗଫୁଟ କାର୍ପେଟ୍‌ ଏରିଆର ଫ୍ଲାଟ୍‌ର ମୂଲ୍ୟ ୧୫.୫୧ ଲକ୍ଷ ଟଙ୍କା। ଅନ୍ୟପକ୍ଷରେ ୫୩୨.୧ ବର୍ଗଫୁଟ ଫ୍ଲାଟ୍‌ର ମୂଲ୍ୟ ୧୪.୬୮ ଲକ୍ଷ ଟଙ୍କା ରହିଛି। ବିଡିଏର ସର୍ତ୍ତ ଅନୁଯାୟୀ, ଆବେଦନକାରୀଙ୍କ ପରିବାରର ବାର୍ଷିକ ଆୟ ୩ରୁ ୬ ଲକ୍ଷ ଟଙ୍କା ମଧ୍ୟରେ ହେବା ସହ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୧ ଜାନୁଆରୀ ୨୦୨୩ ପୂର୍ବରୁ ବାସିନ୍ଦା ହୋଇଥିବା ଆବଶ୍ୟକ। ଆବେଦନକାରୀଙ୍କ ପରିବାର ସଦସ୍ୟଙ୍କ ନାମରେ ଦେଶର କୌଣସି ସ୍ଥାନରେ ପକ୍କାଘର ନ ଥିବା ସହିତ ଅନ୍ୟ କେତେକ ସର୍ତ୍ତାବଳୀ ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?