‘ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ ଆବାସ ସର୍ଭେ, ଆହୁରି ଅଧିକ ହେବ ପଞ୍ଜୀକରଣ’

ଭୁବନେଶ୍ୱର,୧୩ା୩: ଆବାସ ସର୍ଭେକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଏହି ଆବାସ ସର୍ଭେ ହେବ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ବର୍ତ୍ତମାନ ଏହି ସର୍ଭେରେ ୧୯ ଲକ୍ଷ ପଞ୍ଜୀକରଣ ହୋଇଥିବା ବେଳେ ପଞ୍ଜୀକରଣକୁ ଆହୁରି ୧୭/୧୮ ଦିନ ବାକି ଥିବାରୁ ଏଥିରେ ଅଧିକ ହିତାଧିକାରୀ ସାମିଲ ହେବେ ବୋଲି ମନ୍ତ୍ରୀ କହିଛନ୍ତି।

ଆସନ୍ତା ୩୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଯୋଜନାର ଶୁଭାରମ୍ଭ କରିବେ। ତେବେ ଏହି କାର୍ଯ୍ୟକ୍ରମ ପ୍ରଥମେ କଳାହାଣ୍ଡି ଜିଲାରୁ ଆରମ୍ଭ ହେବ। ଏଥିରେ ୫୦ ହଜାର ଲୋକଙ୍କୁ ସରକାର ଯୋଡ଼ିବେ। ଏଥିରେ ଭିନ୍ନକ୍ଷମ, ବିଧବା, ରୋଗରେ ପୀଡ଼ିତ ଯୋଜନାରେ ସାମିଲ ହେବେ। ଶହୀଦ ପରିବାର, ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ସାମିଲ ହୋଇପାରିବେ ବୋଲି ଘୋଷଣା କରାଯାଇଛି।

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରୁ ବାଦ୍‌‌ ପଡ଼ିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ଏହି ସର୍ଭେ ପ୍ରକ୍ରିୟାରେ ଚିହ୍ନଟ କରାଯିବ। ଏହି ହିତାଧିକାରୀମାନଙ୍କୁ ଆୱାସ ପ୍ଲସ୍‌‌ ମୋବାଇଲ ଆପ୍‌‌ ମାଧ୍ୟମରେ ଚିହ୍ନଟ କରିବାକୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳ ଓ ଜିଲା ପରିଷଦ କାର୍ଯ୍ୟନିବାହୀ ଅଧିକାରୀଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି।
ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ଜାରି ହୋଇଥିବା ଚିଠିରେ ଦର୍ଶାଯାଇଛି ଯେ ମୋବାଇଲ୍‌‌ ଆପ୍ଲିକେସନ୍‌ ‘ଆୱାସ୍‌‌ ପ୍ଲସ୍‌‌’ ମାଧ୍ୟମରେ ସାନି ସର୍ଭେ କରି ବାଦ୍‌‌ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯିବ। ଏହି ପ୍ରକ୍ରିୟା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ସଂଶୋଧିତ ସର୍ତ୍ତାବଳୀ ଆଧାରରେ ସାନି ସର୍ଭେରେ ଯେଭଳି କୌଣସି ଯୋଗ୍ୟ ହିତାଧିକାରୀ ବାଦ୍‌‌ ନପଡ଼ିବେ, ତାହା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଜାରି ହୋଇଥିବା ଏସଓପିକୁ କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?