କେନ୍ଦ୍ରୀୟ ଇସ୍ରାଏଲ୍‌ରେ ହୁଟିର ମିଶାଇଲ ମାଡ଼

ଜେରୁଜେଲମ୍‌,୧୬ା୯: ଉତ୍ତର ୟେମେନ୍‌କୁ ନିୟନ୍ତ୍ରଣରେ ରଖିଥିବା ଇରାନ ସମର୍ଥତ୍ତ ହୁଟି ବିଦ୍ରୋହୀମାନେ ରବିବାର ପ୍ରଥମ ଥର ପାଇଁ କେନ୍ଦ୍ରୀୟ ଇସ୍ରାଏଲ୍‌ରେ କ୍ଷେପଣାସ୍ତ୍ର ମାଡ଼ କରିଛନ୍ତି। ସେମାନଙ୍କୁ ଏଥିପାଇଁ ବହୁମୂଲ୍ୟ ଦେବାକୁ ପଡ଼ିବ ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ଚେତାବନୀ ଦେଇଛନ୍ତି। ହୁଟି ସାମରିକ ମୁଖପାତ୍ର ୟାହୟା ସାରେଆଙ୍କ କହିବା ଅନୁଯାୟୀ, ସେମାନେ ଛାଡ଼ିଥିବା ନୂଆ ହାଇପରସୋନିକ୍‌ ବାଲିଷ୍ଟିକ୍‌ ମିଶାଇଲ ମାତ୍ର ୧୧.୫ ମିନିଟରେ ୨,୦୪୦ କିଲୋମିଟର ଅତିକ୍ରମ କରି କେନ୍ଦ୍ରୀୟ ଇସ୍ରାଏଲ୍‌ରେ ମାଡ଼ କରିଥିଲା। ତେବେ ଏହା ଏକ ଖୋଲା ସ୍ଥାନରେ ପଡ଼ିଥିବାରୁ କେହି ମୃତାହତ ହୋଇନାହାନ୍ତି। କ୍ଷେପଣାସ୍ତ୍ର ପଡ଼ିବା ପୂର୍ବରୁ ସକାଳ ୬ଟା ୩୫ ମିନିଟ୍‌ ସମୟରେ ତେଲ୍‌ ଆଭିଭ୍‌ ଏବଂ କେନ୍ଦ୍ରୀୟ ଇସ୍ରାଏଲ୍‌ରେ ଏୟାର ରେଡ୍‌ ସାଇରନ୍‌ ବାଜିଉଠିବାରୁ ଲୋକମାନେ ଘରକୁ ପଳାଇଥିଲେ। ଏକ ଖୋଲା ସ୍ଥାନରୁ ପ୍ରବଳ ଧୂଆଁ ଉଠୁଥିବା ଦେଖିବାକୁ ମିଳିଛି। ଗତ ଜୁଲାଇରେ ତେଲ୍‌ ଆଭିଭ୍‌ରେ ହୁଟି ବିଦ୍ରୋହୀ ଡ୍ରୋନ୍‌ ଆକ୍ରମଣ କରିବାରୁ ଇସ୍ରାଏଲ୍‌ ଏହାର ଜବାବରେ ଏୟାରଷ୍ଟ୍ରାଇକ୍‌ କରିଥିଲା। ଏବେ ହୁଟି କ୍ଷେପଣାସ୍ତ୍ର ଆକ୍ରମଣ କରିଥିବାରୁ ଏହାର ପରିଣାମ ଭୋଗିବାକୁ ପଡ଼ିବ ବୋଲି କ୍ୟାବିନେଟ ବୈଠକରେ ନେତାନ୍ୟାହୁ କହିଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ ଅକ୍ଟୋବରରୁ ଇସ୍ରାଏଲ୍‌ ଗାଜାରେ ଯୁଦ୍ଧ ଚଳାଇଥିବାବେଳେ ହୁଟି ବିଦ୍ରୋହୀମାନେ ବାରମ୍ବାର ମିଶାଇଲ ଏବଂ ଡ୍ରୋନ୍‌ରେ ଜେରୁଜେଲମ୍‌କୁ ଟାର୍ଗେଟ କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ସୁଦାନ ହସ୍ପିଟାଲ ଉପରେ ବଡ଼ଧରଣର ଆକ୍ରମଣ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ନିନ୍ଦା କରି କହିଲେ…

କାଇରୋ,୨୨ା୩: ସୁଦାନର ଡାର୍‌ପୁର ଅଞ୍ଚଳରେ ଥିବା ଏକ ହସ୍ପିଟାଲ ଉପରେ ଆକ୍ରମଣ ଯୋଗୁ ୧୩ ଜଣ ପିଲାଙ୍କ ସମେତ ଅନୂ୍ୟନ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri