Posted inଖେଳ

ହାରିବା ମ୍ୟାଚ୍‌ର ‘ହିରୋ’

ନୂଆଦିଲ୍ଲୀ,୨।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ସୋମବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମୁକାବିଲାରେ ଟିମ୍‌ ଇଣ୍ଡିଆ ପରାଜିତ ହୋଇଛି। ପ୍ରଥମେ ଭାରତର ବ୍ୟାଟିଂ ଫ୍ଲପ ସାବ୍ୟସ୍ତ ହୋଇଥିଲା। ଫଳରେ ବୋଲର୍‌ମାନେ ମ୍ୟାଚ୍‌କୁ ଜିତାଇପାରି ନ ଥିଲେ। ଏହସତ୍ତ୍ୱେ ଜଣେ ବୋଲରଙ୍କ ଭୂରି ପ୍ରଶଂସା କରାଯାଉଛି। ସେ ହେଲେ ଭାରତର ଯୁବ ଦ୍ରୁତ ବୋଲର୍‌ ଅର୍ଶଦୀପ ସିଂହ।

୨୩ ବର୍ଷୀୟ ଅର୍ଶଦୀପ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି୨୦ରେ ୪ ଓଭର ବୋଲିଂ କରିଥିଲେ। ଏଥିରେ ସେ ମାତ୍ର ୨୪ ରନ୍‌ ଦେଇଥିଲେ। ବିଶେଷକରି ୧୯ତମ ଓଭରରେ ଅର୍ଶଦୀପ ୬ ରନ୍‌ ଦେଇ ଗୋଟିଏ ଉଇକେଟ ନେଇଥିଲେ। ସେତେବେଳେ ଭାରତ ଜିତିଯାଇପାରେ ବୋଲି ଅନୁମାନ କରାଯାଇଥିଲା। ହେଲେ ପରବର୍ତ୍ତୀ ଓଭରରେ ଆବେଶ ଖାଁ ୧୦ ରନ୍‌ ବଞ୍ଚାଇପାରି ନ ଥିଲେ।

ପ୍ରଥମେ ଭାରତ ବ୍ୟାଟିଂ କରି ୧୩୮ ରନ୍‌ ସ୍କୋର କରିଥିଲା। ଓ୍ବେଷ୍ଟଇଣ୍ଡିଜ ଦଳ ଏହି ଲକ୍ଷ୍ୟକୁ ପିଛା କରି ଭଲ ଆରମ୍ଭ କରିଥିଲେ। ହେଲେ ଅନ୍ତିମ କିଛି ଓଭରରେ ଦଳ ଚାପରେ ରହିଥିଲା। ଶେଷ ୨ ଓଭରରେ ୧୬ ରନ୍‌ର ଆବଶ୍ୟକତା ଥିଲା। ସେତେବେଳେ ରୋହିତ ଅର୍ଶଦୀପଙ୍କୁ ବୋଲିଂ ଦେଇଥିଲେ।

ଅଧିନାୟକଙ୍କ ବିଶ୍ୱାସ ଅନୁଯାୟୀ ଅର୍ଶଦୀପ ମାତ୍ର ୬ ରନ୍‌ ଦେଇ ଏକ ଉଇକେଟ ନେଇଥିଲେ। ଚାପରେ ଥାଇ ବି ଅର୍ଶଦୀପଙ୍କ ଏଭଳି ବୋଲିଂ ଅନେକଙ୍କୁ ଚକିତ କରିଥିଲା। ସେ ନିଜର ତୃତୀୟ ଟି୨୦ ଅ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରି ବାହାବା ସାଉଁଟୁଛନ୍ତି। ଏଭଳିସ୍ଥିତିରେ ଆଗାମୀ ଦିନରେ ହେବାକୁ ଥିବା ବିଶ୍ୱକପ୍‌ ଟିମ୍‌ରେ ଅର୍ଶଦୀପଙ୍କୁ ସୁଯୋଗ ମିଳିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri