Posted inଖେଳ

ଆଇପିଏଲ୍‌ ଫାଇନାଲକୁ ୨୦୦୩ ବିଶ୍ୱକପ୍‌ ସହ ତୁଳନା କରୁଛନ୍ତି ପ୍ରଶଂସକ, ଜାଣନ୍ତୁ କାହିଁକି

ଆଇପିଏଲ ୨୦୨୦ରେ ରିକି ପଣ୍ଟିଂଙ୍କ କୋଚିଂରେ ଦିଲ୍ଲୀ କ୍ୟାପିଟାଲ୍ସ ଫାଇନାଲରେ ପ୍ରବେଶ କରିଛି ଏବଂ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ ସହିତ ମୁହାଁମୁହିଁ ହେବ। ଦିଲ୍ଲୀ କ୍ୟାପିଟାଲ୍ସ ଫାଇନାଲରେ ପହଞ୍ଚିବା ପରେ କ୍ରିକେଟ୍‌ ପ୍ରଶଂସକମାନେ ୨୦୦୩ ଆଇସିସି କ୍ରିକେଟ ବିଶ୍ୱକପ୍‌କୁ ମନେପକାଉଛନ୍ତି। ୨୦୦୩ ଦିନିକିଆ ବିଶ୍ୱକପ୍‌ରେ ରିକି ପଣ୍ଟିଂଙ୍କ ଅଧିନାୟକତ୍ୱରେ ଅଷ୍ଟ୍ରେଲିଆ ଜୋହାନ୍ସବର୍ଗରେ ସୌରଭ ଗାଙ୍ଗୁଲିଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳର କପ ଜିତିବାର ସ୍ବପ୍ନକୁ ଭାଙ୍ଗିଥିଲା। ଟୁଇଟରରେ ୨୦୦୩ ବିଶ୍ୱକପର ଫାଇନାଲ ମ୍ୟାଚ ମନେ ପକାଇ ଜଣେ ୟୁଜର୍ସ ଲେଖିଛନ୍ତି ଯେ, ୨୦୦୩ ବିଶ୍ୱକପ ପରେ ମୁଁ ପଣ୍ଟିଂକୁ ପସନ୍ଦ କରେ ନାହିଁ କିନ୍ତୁ ଦିଲ୍ଲୀ କ୍ୟାପିଟାଲ୍ସ ମୋର ସେହି ଘୃଣାକୁ ଭୁଲିବାକୁ ବାଟ ଦେଖାଇଲା। ଅନ୍ୟ ଜଣେ ବ୍ୟକ୍ତି ଟୁଇଟ୍‌ କରି କହିଛନ୍ତି ୨୦୦୩ରେ ବିଶ୍ୱକପ୍‌ ଫାଇନାଲ ଭଳି ଦିଲ୍ଲୀ-ମୁମ୍ବାଇ ଫାଇନାଲ୍‌ ମ୍ୟାଚ୍‌ ହେବ। ଜଣେ ୟୁଜର୍ସ ଏହା ଭାରତ ଅଷ୍ଟ୍ରେ ଫାଇନାଲ ମ୍ୟାଚ୍‌ ଦେଖିବା ଭଳି ଲାଗି ବୋଲି କହିଛନ୍ତି। ସୂଚନାଯୋଗ୍ୟ,ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ଦ୍ୱିତୀୟ ଯୋଗ୍ୟତା ମ୍ୟାଚ ଜିତିବା ପରେ ୧୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଆଇପିଏଲର ଫାଇନାଲରେ ପ୍ରବେଶ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri