Posted inଖେଳ

ଆଇପିଏଲ୍‌ ଫାଇନାଲକୁ ୨୦୦୩ ବିଶ୍ୱକପ୍‌ ସହ ତୁଳନା କରୁଛନ୍ତି ପ୍ରଶଂସକ, ଜାଣନ୍ତୁ କାହିଁକି

ଆଇପିଏଲ ୨୦୨୦ରେ ରିକି ପଣ୍ଟିଂଙ୍କ କୋଚିଂରେ ଦିଲ୍ଲୀ କ୍ୟାପିଟାଲ୍ସ ଫାଇନାଲରେ ପ୍ରବେଶ କରିଛି ଏବଂ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ ସହିତ ମୁହାଁମୁହିଁ ହେବ। ଦିଲ୍ଲୀ କ୍ୟାପିଟାଲ୍ସ ଫାଇନାଲରେ ପହଞ୍ଚିବା ପରେ କ୍ରିକେଟ୍‌ ପ୍ରଶଂସକମାନେ ୨୦୦୩ ଆଇସିସି କ୍ରିକେଟ ବିଶ୍ୱକପ୍‌କୁ ମନେପକାଉଛନ୍ତି। ୨୦୦୩ ଦିନିକିଆ ବିଶ୍ୱକପ୍‌ରେ ରିକି ପଣ୍ଟିଂଙ୍କ ଅଧିନାୟକତ୍ୱରେ ଅଷ୍ଟ୍ରେଲିଆ ଜୋହାନ୍ସବର୍ଗରେ ସୌରଭ ଗାଙ୍ଗୁଲିଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳର କପ ଜିତିବାର ସ୍ବପ୍ନକୁ ଭାଙ୍ଗିଥିଲା। ଟୁଇଟରରେ ୨୦୦୩ ବିଶ୍ୱକପର ଫାଇନାଲ ମ୍ୟାଚ ମନେ ପକାଇ ଜଣେ ୟୁଜର୍ସ ଲେଖିଛନ୍ତି ଯେ, ୨୦୦୩ ବିଶ୍ୱକପ ପରେ ମୁଁ ପଣ୍ଟିଂକୁ ପସନ୍ଦ କରେ ନାହିଁ କିନ୍ତୁ ଦିଲ୍ଲୀ କ୍ୟାପିଟାଲ୍ସ ମୋର ସେହି ଘୃଣାକୁ ଭୁଲିବାକୁ ବାଟ ଦେଖାଇଲା। ଅନ୍ୟ ଜଣେ ବ୍ୟକ୍ତି ଟୁଇଟ୍‌ କରି କହିଛନ୍ତି ୨୦୦୩ରେ ବିଶ୍ୱକପ୍‌ ଫାଇନାଲ ଭଳି ଦିଲ୍ଲୀ-ମୁମ୍ବାଇ ଫାଇନାଲ୍‌ ମ୍ୟାଚ୍‌ ହେବ। ଜଣେ ୟୁଜର୍ସ ଏହା ଭାରତ ଅଷ୍ଟ୍ରେ ଫାଇନାଲ ମ୍ୟାଚ୍‌ ଦେଖିବା ଭଳି ଲାଗି ବୋଲି କହିଛନ୍ତି। ସୂଚନାଯୋଗ୍ୟ,ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ଦ୍ୱିତୀୟ ଯୋଗ୍ୟତା ମ୍ୟାଚ ଜିତିବା ପରେ ୧୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଆଇପିଏଲର ଫାଇନାଲରେ ପ୍ରବେଶ କରିଛି।

https://twitter.com/SuCRICraj/status/1325496120370360321

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?