ଓଡ଼ିଶା ଛାଡି ବାହାରକୁ କିପରି ଖସିଯାଇଥିଲେ ବିବନ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ ଗିରଫ ନେଇ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ମୁହଁ ଖୋଲିଛନ୍ତି। ଓଡ଼ିଶାରୁ ଖସି ଯିବାରେ ବିବନକୁ କିଛି ଲୋକ ସାହାର୍ଯ୍ୟ କରିଥିଲେ। ନ ହେଲେ ସେ ଓଡ଼ିଶା ଛାଡି ଗଲେ କେମିତି। ମାମଲାରେ ଅନ୍ୟ ୨ ସହଯୋଗୀ ରହିଥିଲେ। ୩ ମାସ ତଳେ ଚୌଦ୍ୱାର ଜେଲରେ ଥିବା ଅଭିଯୁକ୍ତ ଧୀରେନ୍ଦ୍ରଙ୍କୁ ଭେଟିଥିଲି। ତାଙ୍କୁ ଭେଟିବା ପରେ ବିବନକୁ ଖୋଜି ବାହାର କରିବାକୁ ଯୋଜନା ହୋଇଥିଲା। ସହଯୋଗୀମାନେ ବିବନକୁ ବିକେ ନାଁରେ ଡାକୁଥିବା ଜଣାପଡିଥିଲା। ବିକେର ଫୁଲ୍‌ଫର୍ମ ଥିଲା ବାରଙ୍ଗ କିଙ୍ଗ। ବଛାବଛା ଅଫିସରଙ୍କୁ ନେଇ ଅପରେଶନ ସାଇଲେଣ୍ଟ ଭାଇପର୍‌ ଆରମ୍ଭ ହୋଇଥିଲା। ଶୁଣିବାକୁ ମିଳିଥିଲା, ବିବନ ତ୍ରିଶୁଳିଆରେ ଆସି ରହୁଥିଲେ। ବିବନର ପରିବାର ଲୋକେ କେମିତି ଟଙ୍କା ପାଉଛନ୍ତି ସେନେଇ ଖୋଳତାଡ଼ ଆରମ୍ଭ ହୋଇଥିଲା। ନାମ ବଦଳାଇ ସେ ପୁଣେର ଆମ୍ବିଭ୍ୟାଲିରେ ଜଳନ୍ଧର ସ୍ବାଇଁ ନାମରେ ରହୁଥିବା ଜଣାପଡିଥିଲା। ସେଠାରେ ସେ ପାଣି ମିସ୍ତ୍ରୀ ଭାବେ ଆତ୍ମଗୋପନ କରି ନକଲି ନାମ ଜଳନ୍ଧର ରଖିଥିଲେ। ଭୋଟର ପରିଚୟ ପତ୍ର, ଆଧାର କାର୍ଡ ସମେତ ବ୍ୟାଙ୍କ ପାସ୍‌ବୁକରେ ଜଳନ୍ଧର ନାଁ ରହିଛି। ବିବନ ପରିବାର ଲୋକଙ୍କ ସହ ସମ୍ପର୍କରେ ରହିଥିଲେ। ଏହାକୁ ଟ୍ରାକ କରି ତାଙ୍କୁ ଧରିବାକୁ ପୋଲିସ ଅପରେଶନ ଆରମ୍ଭ କରିଥିଲା। ପୁଣେ ପୋଲିସର ସହଯୋଗରେ ବିବନ ଓରଫ ଜଳନ୍ଧରଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଇଥିଲା। ଆମ୍ବିଭ୍ୟାଲିରୁ ଅଢ଼େଇ କି.ମି ଦୂରରେ ରହୁଥିବା ଜଳନ୍ଧରଙ୍କୁ ଧରିବାକୁ ଯିବାବେଳେ ପୋଲିସକୁ ଦେଖି ସେ ଦୌଡ଼ି ଫେରାର ହେବାକୁ ଚେଷ୍ଟା କରିଥିଲେ। ହେଲେ ପୋଲିସ ଟିମ୍‌ ତାଙ୍କୁ କାବୁ କରି ଭୁବନେଶ୍ୱର ଆଣିଥିଲା। ମାମଲାର ତଦନ୍ତ ସିବିଆଇ କରୁଥିବାରୁ ଅଭିଯୁକ୍ତଙ୍କୁ ତଦନ୍ତକାରୀ ସଂସ୍ଥାକୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କମିଶନର ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri