Posted inଜାତୀୟ

୧୦୦ରୁ ୧୧୦୦ କୋଟି କେମିତି ହେଲା? କେଜ୍‌ରିୱାଲଙ୍କ ଆବେଦନ ଉପରେ ଇଡିକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୭।୫: ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ଇଡିକୁ ଅନେକ କଡ଼ା ପ୍ରଶ୍ନ ପଚାରିଥିଲେ। କେଜ୍‌ରିୱାଲଙ୍କୁ ଗିରଫ କରିବା ପାଇଁ ଦୁଇ ବର୍ଷ କାହିଁକି ଲାଗିଲା ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି।
ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାର ଅନୁସନ୍ଧାନରେ ଇଡି ନେଇଥିବା ସମୟ ଉପରେ ସୁପ୍ରିମକୋର୍ଟ ପ୍ରଶ୍ନ କରି କହିଛନ୍ତି ଯେ, ଜିନିଷକୁ ସାମ୍ନାକୁ ଆଣିବା ପାଇଁ ଦୁଇ ବର୍ଷ ସମୟ ଲାଗିଛି। କେନ୍ଦ୍ରୀୟ ତଦନ୍ତ ଏଜେନ୍ସି ପକ୍ଷରୁ ହାଜର ହୋଇଥିବା ଅତିରିକ୍ତ ସଲିସିଟର ଜେନେରାଲ ଏସ.ଭି ରାଜୁ ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ ଦୀପନକର ଦତ୍ତଙ୍କ ବେଞ୍ଚକୁ କହିଛନ୍ତି ଯେ, ଇଲେକ୍ଟ୍ରୋନିକ ପ୍ରମାଣ ନଷ୍ଟ କରିବା ଏବଂ ହାୱାଲା ମାଧ୍ୟମରେ ୧୦୦ କୋଟି ଟଙ୍କା ପଠାଇବା ଅଭିଯୋଗ ରହିଛି।
ଅନୁସନ୍ଧାନକାରୀ ସଂସ୍ଥାର ଯୁକ୍ତି ଉପରେ ବିଚାରପତିମାନେ କହିଛନ୍ତି, ମନୀଷ ସିସୋଦିଆଙ୍କ ଜାମିନ ବାତିଲ ହେବା ପରେ ୧୧୦୦ କୋଟି ଟଙ୍କାର ସମ୍ପତ୍ତି ଜବତ କରାଯାଇଛି ବୋଲି ଏଏସଜି ରାଜୁ ସୁପ୍ରିମ କୋର୍ଟଙ୍କୁ କହିଛନ୍ତି। ଏହାର ଜବାବରେ ଜଷ୍ଟିସ ଖାନ୍ନା ପ୍ରଶ୍ନ କରିଛନ୍ତି ଯେ,ପୂର୍ବରୁ ଆପଣ ୧୦୦ କୋଟି ଟଙ୍କାର ଏହି ମାମଲା ବୋଲି କହିଥିଲେ। କିନ୍ତୁ ଏହି ଘୋଟାଲାର ମୂଲ୍ୟ ୧୧୦୦ କୋଟି ଟଙ୍କା ବୋଲି କୁହାଯାଉଛି। ଏହି ବୃଦ୍ଧି କିପରି ହେଲା? ଦୁଇ ବର୍ଷରେ ଏହା ୧୧୦୦ କୋଟି ଟଙ୍କା କିଭଳି ହେଲା?
ସେହିପରି କେଜ୍‌ରିୱାଲଙ୍କୁ ଗିରଫ କରିବାକୁ କାହିଁକି ଦୁଇବର୍ଷ ସମୟ ଲାଗିଲା ବୋଲି ସୁପ୍ରିମ କୋର୍ଟ ପ୍ରଶ୍ନ କରିଛନ୍ତି। ଏହାର ଏଏସଜି ରାଜୁ କହିଛନ୍ତି ଯେ, ମଦ ଦୁର୍ନୀତି ମାମଲାର ପ୍ରାରମ୍ଭିକ ଯାଞ୍ଚ୍‌ବେଳେ ସିଧାସଳଖ କେଜ୍‌ରିୱାଲଙ୍କ ବିରୋଧରେ ଏହା ନ ଥିଲା। ଏଥିପାଇଁ ପ୍ରାରମ୍ଭରେ ତାଙ୍କୁ କୌଣସି ପଚରା ଯାଇ ନ ଥିଲା। ତେବେ ତଦନ୍ତ ବେଳେ କେଜ୍‌ରିୱାଲଙ୍କ ଭୂମିକା ସାମ୍ନାକୁ ଆସିଥିଲା। ଏହାପରେ ତାଙ୍କୁ ୯ ଥର ସମନ କରାଯାଇଥିଲେ ମଧ୍ୟ ସେ ହାଜର ହୋଇ ନ ଥିଲେ।
ସୂଚନାଯୋଗ୍ୟ, ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗତ ମାର୍ଚ୍ଚ ୨୧ରେ କେଜ୍‌ରିଓ୍ବାଲଙ୍କୁ ଗିରଫ କରାଯାଇଥିଲା। ତାଙ୍କ ଗିରଫଦାରୀକୁ ନେଇ କେଜ୍‌ରିଓ୍ବାଲ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬,୬,୬,୬…, ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ଦାଜରେ ବ୍ୟାଟିଂ କଲେ ସଞ୍ଜୁ, ଷ୍ଟ୍ରାଇକ ରେଟ୍‌ ଦେଖି ଉଡ଼ିଯିବ ହୋସ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚରେ ବ୍ୟାଟରେ ଜବରଦସ୍ତ ଜବାବ ଦେଇଛନ୍ତି ସଞ୍ଜୁ ସାମସନ। ପ୍ରଥମ ମ୍ୟାଚରେ ମାତ୍ର ୧୦ ରନ କରି ଆଉଟ ହୋଇଥିବା…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?