Posted inଜାତୀୟ

‘କୋଭାକ୍ସିନ୍‌ ଟିକା ନେଇଥିବା ମୋଦିଙ୍କୁ ଆମେରିକା ଯିବାକୁ କେମିତି ମିଳିଲା ଅନୁମତି’

ନୂଆଦିଲ୍ଲୀ,୨୪।୯: ଟିଏମସି ନେତା ରିଜୁ ଦତ୍ତଙ୍କ ପରେ ଏବେ କଂଗ୍ରେସ ନେତା ଦିଗବିଜୟ ସିଂ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତିନି ଦିନିଆ ଆମେରିକା ଗସ୍ତ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ଶୁକ୍ରବାର ଟୁଇଟ କରି କହିଛନ୍ତି- ମୁଁ ଯେତିକି ଜାଣେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭାକ୍ସିନ୍‌ ଟିକା ନେଇଥିଲେ, ଆମେରିକାରେ ଏହି ଟିକା ଅନୁମୋଦିତ ନୁହେଁ। ସେ ଅନ୍ୟ କୌଣସି ଟିକା ନେଇଛନ୍ତି ନା ତାଙ୍କୁ ଆମେରିକା ପ୍ରଶାସନ ପକ୍ଷରୁ ଏକ ବିଶେଷ ରିହାତି ଦିଆଯାଇଛି ବୋଲି ସେ ପ୍ରଶ୍ନ କରିଛନ୍ତି। ଦିଗବିଜୟ ଆହୁରି ଲେଖିଛନ୍ତି ଯେ, ଟିକା ପାଇଥିବା ପ୍ରଧାନମନ୍ତ୍ରୀ ମୋଦି କିପରି ଆମେରିକାରେ ଅନୁମତି ପାଇଲେ ଦେଶ ଜାଣିବାକୁ ଚାହୁଁଛି।
ଏହାପୂର୍ବରୁ ରିଜୁ ଦତ୍ତା ବୁଧବାର ଟୁଇଟ୍‌ କରି କହିଥିଲେ ଯେ, ପ୍ରଧାନମନ୍ତ୍ରୀ ମୋଦି କିପରି ଆମେରିକା ଗସ୍ତ ପାଇଁ ଅନୁମତି ପାଇଛନ୍ତି। କାରଣ ଆମେରିକା ଏପର୍ଯ୍ୟନ୍ତ ଭାରତରେ ଉତ୍ପାଦିତ କୋଭାକ୍ସିନକୁ ସ୍ବୀକୃତି ଦେଇନାହିଁ। ଏହି ପ୍ରସଙ୍ଗରେ ସେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କଠାରୁ ଉତ୍ତର ମାଗିଥିଲେ। ସମସ୍ତ ନିୟମ କେବଳ ଟିକସଦାତାଙ୍କ ପାଇଁ ଅଛି କି ବୋଲି ସେ ପ୍ରଶ୍ନ କରିଥିଲେ।
ସୂଚନାଯୋଗ୍ୟ ଯେ, ଭାରତରେ ଉତ୍ପାଦିତ କୋଭାକ୍ସିନକୁ ଏପର୍ଯ୍ୟନ୍ତ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା କିମ୍ବା ଆମେରିକା ପ୍ରଶାସନ ଦ୍ୱାରା ଏହା ସ୍ବୀକୃତିପ୍ରାପ୍ତ ନୁହେଁ। ତେବେ ଏହି ଟିକାକୁ ଚିହ୍ନିବା ପାଇଁ ଅକ୍ଟୋବର ୫ରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ଏକ ବୈଠକ ପ୍ରସ୍ତାବ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri