Posted inଜାତୀୟ

ସିଜେପି ବିକ୍ଷୋଭକାରୀଙ୍କୁ ନୋଟିସ ପଠାଇବାକୁ କିପରି ସାହସ କଲ

ନୂଆଦିଲ୍ଲୀ,୧୦ା୯: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ପରିଚାଳିତ ବିକ୍ଷୋଭରେ ଭାଗ ନେଇଥିବା ଜଣେ ଛାତ୍ରଙ୍କୁ ନୋଟିସ ଜାରି କରିଥିବାରୁ ଗ୍ରେଟର ନଏଡ଼ାର କାର୍ଯ୍ୟନିର୍ୱାହୀ ମାଜିଷ୍ଟ୍ରେଟ୍‌ଙ୍କୁ ସୁପ୍ରିମକୋର୍ଟ ବୁଧବାର ତୀବ୍ର ଭର୍ତ୍ସନା କରିଛନ୍ତି। ଆନ୍ଦୋଳନକାରୀ ଛାତ୍ରଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ସର୍ୱୋଚ୍ଚ ନ୍ୟାୟାଳୟ ପୂର୍ୱରୁ ଯେଉଁ ନିର୍ଦ୍ଦେଶ ଦେଇଥିଲେ, ତାହାର ଅବମାନନା କରିଥିବାରୁ ମାଜିଷ୍ଟ୍ରେଟ୍‌ ସ୍ପଷ୍ଟୀକରଣ ଦେବାକୁ ଅଦାଲତ କହିଛନ୍ତି।
ଛାତ୍ରୀଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ନେବାକୁ ପୂର୍ୱରୁ ନିର୍ଦ୍ଦେଶ ଥିବା ସତ୍ତ୍ୱେ ମାଜିଷ୍ଟ୍ରେଟ୍‌ଙ୍କ ଏଭଳି କାର୍ଯ୍ୟକୁ ନେଇ ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ ପ୍ରଶ୍ନ ଉଠାଇଛନ୍ତି। ଗୌତମ ବୁଦ୍ଧ ୟୁନିଭର୍ସିଟିର ଜଣେ ଦ୍ୱିତୀୟ ବର୍ଷ ଛାତ୍ରଙ୍କ ନିକଟକୁ ମାଜିଷ୍ଟ୍ରେଟ୍‌ ଭାରତୀୟ ନାଗରିକ ସୁରକ୍ଷା ସଂହିତା (ବିଏନ୍‌ଏସ୍‌ଏସ୍‌)ର ଧାରା ୧୩୦ ଅନୁଯାୟୀ ନୋଟିସ୍‌ ପଠାଇଥିଲେ। ଶାନ୍ତି ରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ୫ ଲକ୍ଷ ଟଙ୍କାର ବଣ୍ଡ୍‌ ଛାତ୍ର ଜଣକ କାହିଁକି ଦାଖଲ କରିବେ ନାହିଁ, ତାହାର ସ୍ପଷ୍ଟୀକରଣ ଦେବାକୁ ନୋଟିସ୍‌ରେ କୁହାଯାଇଥିଲା। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଉକ୍ତ ନୋଟିସକୁ ପରେ ପ୍ରତ୍ୟାହାର କରିନିଆଯାଇଥିଲା ବୋଲି ଆଇନଜୀବୀ ଅଦାଲତଙ୍କୁ ଜଣାଇଥିଲେ।
ସିଜେପି ନେତୃତ୍ୱରେ ବିକ୍ଷୋଭ ବେଳେ ଜୁଲାଇ ୨୦ରୁ ୨୫ ମଧ୍ୟରେ ଛାତ୍ରୀଛାତ୍ରଙ୍କ ବିରୋଧରେ ଦାଏର ସମସ୍ତ ଏତଲାକୁ ସୁପ୍ରିମକୋର୍ଟ ପୂର୍ୱରୁ ଖାରଜ କରିଦେଇଥିଲେ ଓ ସେମାନଙ୍କ ବିରୋଧରେ କୌଣସି ଦଣ୍ଡମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ସତ୍ତ୍ୱେ ଗ୍ରେଟର ନଏଡ଼ା ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ ଜଣେ ଛାତ୍ରଙ୍କୁ ନୋଟିସ ପଠାଇବା ଲାଗି ସାହସ କଲେ କିପରି ବୋଲି ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ପ୍ରଶ୍ନ ଉଠାଇଛନ୍ତି।
ସୂଚନାଯୋଗ୍ୟ, ଗତ ଜୁଲାଇ ୨୫ରେ ସିଜେପି ଯନ୍ତରମନ୍ତରରେ ଆନ୍ଦୋଳନ ପ୍ରତ୍ୟାହାର କରିବା ବେଳେ ଛାତ୍ରୀଛାତ୍ରଙ୍କ ବିରୋଧରେ ଦାଏର ଏତଲାଗୁଡ଼ିକୁ ପ୍ରତ୍ୟାହାର କରିନେବା ପାଇଁ କରିଥିବା ଦାବିକୁ ସରକାର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରପ୍ରଦେଶ ରାଜନୀତିରେ ବଡ଼ ହଲଚଲ: ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଲେ…

ନୂଆଦିଲ୍ଲୀ, ୧୦।୯: ବହୁଜନ ସମାଜ ପାର୍ଟି (BSP)ରେ ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ଅଶୋକ ସିଦ୍ଧାର୍ଥ। BSP ସୁପ୍ରିମୋ ମାୟାବତୀଙ୍କ ଭଣଜା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ଅଙ୍ଗନବାଡ଼ି କର୍ମୀଙ୍କ ୧୨ହଜାର ଯାଏ ବଢିଲା ଦରମା, ଆଉ ସହାୟିକାଙ୍କୁ…

ନୂଆଦିଲ୍ଲୀ,୧୦।୯: ଉତ୍ତର ପ୍ରଦେଶର ୨.୯୧ ଲକ୍ଷ ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟିକାମାନଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବଡ଼ ଉପହାର ଦେଇଛନ୍ତି। ଅଙ୍ଗନୱାଡ଼ି କର୍ମୀମାନଙ୍କର ମାସିକ ପାରିଶ୍ରମିକ…

ଗ୍ରାହକଙ୍କୁ ଆପଲର ବଡ଼ ଝଟକା! ୧୭ ହଜାର ମହଙ୍ଗା ହେଲା iPhone 17, 17e ସହ…

ନୂଆଦିଲ୍ଲୀ, ନିକଟରେ ଆପଲ (Apple) ନିଜର ନୂଆ ଆଇଫୋନ ୧୮ ପ୍ରୋ ସିରିଜ (iPhone 18 Pro Series) ଏବଂ ପ୍ରଥମ ଫୋଲ୍ଡେବଲ ଫୋନ ଆଇଫୋନ ଡୁଓ…

ଲଞ୍ଚ ହେଲା iPhone 18 Pro- Pro Max: ଦାମ୍‌, ଫିଚର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: Apple ନିଜର ସେପ୍ଟେମ୍ବର ଲଞ୍ଚ ଇଭେଣ୍ଟରେ iPhone 18 Pro ଓ iPhone 18 Pro Maxକୁ ବଜାରକୁ ଆଣିଛି। ନୂଆ Pro ମଡେଲର କ୍ୟାମେରା,…

ସକାଳୁ ସକାଳୁ ତେଲ ବଜାରରେ ହଲଚଲ, ପେଟ୍ରୋଲକୁ ନେଇ ଆସିଲା ବଡ଼ ଅପଡେଟ୍‌!

ନୂଆଦିଲ୍ଲୀ,୧୦।୯: ଅନ୍ତର୍ଜାତୀୟ ବଜାରରେ କଚ୍ଚା ତେଲ (ଅଶୋଧିତ ତେଲ)ର ମୂଲ୍ୟ ବର୍ତ୍ତମାନ ବ୍ୟାରେଲ ପିଛା ୧୦୦ ଡଲାର ପାର୍‌ କରିଛି। ଏହାଯୋଗୁଁ ଭାରତୀୟ ତୈଳ ବିପଣନ କମ୍ପାନୀଗୁଡ଼ିକର…

ଜେଲେନସ୍କିଙ୍କ ବିମାନକୁ ଧକ୍କା ଦେଇଥାନ୍ତା ଡ୍ରୋନ! ଅଳ୍ପକେ ବର୍ତ୍ତିଲେ ୟୁକ୍ରେନ ରାଷ୍ଟ୍ରପତି, ସୁରକ୍ଷାରେ ବଡ଼ ତ୍ରୁଟି

ଓସ୍ଲୋ: ୟୁକ୍ରେନ୍‌ର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ବିମାନ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିବା ଖବର ସାମ୍ନାକୁ ଆସିଛି। ମୋଲଦୋଭାରୁ ନରୱେ ଯାଉଥିବା ସମୟରେ ତାଙ୍କ ବିମାନ…

୬ଷ୍ଠ ଶ୍ରେଣୀ ପିଲାଙ୍କୁ ତ୍ରିଭାଷା ନୀତିରେ କୋହଳ କର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୦।୯: ସିବିଏସ୍‌ଇର ତ୍ରିଭାଷା ନୀତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟ ଚଳିତ ଶିକ୍ଷାବର୍ଷ ପାଇଁ ୬ଷ୍ଠ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଏହି ନୀତିରୁ ବାଦ୍‌ ଦେବାକୁ ବିଚାର…

ICC ଟି-୨୦ ରାଙ୍କିଙ୍ଗ୍‌ରେ ବୈଭବ ଚିତ୍‌ପଟାଙ୍ଗ, ଉପରକୁ ଉଠିଲେ ଏହି ଖେଳାଳି: ନାଁ ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦।୯: ଦୁଲୀପ ଟ୍ରଫି ଫାଇନାଲ ଖେଳୁଥିବା ଭାରତର ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଏହାପରେ ତୁରନ୍ତ ଦିଲ୍ଲୀରେ ଭାରତୀୟ ଦଳ ସହ ଯୋଗ ଦେବେ। ଦିଲ୍ଲୀର ଅରୁଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri