ବଳକା ତେଲ ସ୍ବାସ୍ଥ୍ୟ ପାଇଁ କେତେ ଭଲ

ଚଟପଟା ଖାଦ୍ୟ ସଭିଙ୍କୁ ବେଶ୍‌ ପସନ୍ଦ। ଛୋଟଠାରୁ ବଡ଼ ସମସ୍ତେ ଏହାକୁ ଆଗ୍ରହରେ ଖାଇ ଥାଆନ୍ତି। ଏପଟେ ଭାରତୀୟ ଖାଦ୍ୟରେ ତେଲର ଭୂମିକା ମଧ୍ୟ ଯଥେଷ୍ଟ ଅଧିକ। ପକୁଡ଼ି ତିଆରିଠୁ ନେଇ ଛୁଙ୍କ ଲଗାଇବା ପର୍ଯ୍ୟନ୍ତ ସବୁଥିରେ ତେଲର ବ୍ୟବହାର ହୁଏ। ଏହା ଖାଦ୍ୟର ସ୍ବାଦ ଏବଂ ବାସ୍ନା ବଢ଼ାଇଥାଏ। ଅନେକଙ୍କ ଘରେ ଥରେ ବ୍ୟବହୃତ ତେଲ ବଳିଗଲେ ତାକୁ ବାରମ୍ବାର ବିଭିନ୍ନ ବ୍ୟଞ୍ଜନରେ ବ୍ୟବହାର କରିଥାନ୍ତି। କିନ୍ତୁ ଜାଣନ୍ତି, ବଳକା ତେଲର ପୁନଃ ଉପଯୋଗ ସ୍ବାସ୍ଥ୍ୟ ପାଇଁ କେତେ ବିପଜ୍ଜନକ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁସାରେ, ଯଦି ତେଲରେ ଥରେ କୌଣସି ଜିନିଷ ଫ୍ରାଏ କରିଦିଆଯାଏ, ତେବେ ତାକୁ ଅନ୍ୟ ବ୍ୟଞ୍ଜନରେ ବ୍ୟବହାର ଦ୍ୱାରା ପ୍ରି ରାଡିକାଲ୍ସ ଜନ୍ମ ନେଇଥାଏ। ଏହାଦ୍ୱାରା ଶରୀରରେ ଜ୍ୱଳନ, ଗ୍ୟାଷ୍ଟ୍ରିକ ସାଙ୍ଗକୁ ଆହୁରି ଅନେକ ରୋଗ ଉତ୍ପନ୍ନ ହୁଏ। ଏହି ପ୍ରି ରାଡିକାଲ୍ସ ଶରୀରର ସୁସ୍ଥ କୋଷିକା ସହ ନିଜକୁ ଯୋଡ଼ିଦିଏ। ଏଥିରୁ ଅନେକ ସମୟରେ କ୍ୟାନସର୍‌ ଉତ୍ପନ୍ନ ହୋଇଥାଏ। ଏହାଛଡ଼ା ଶରୀରରେ ଖରାପ କୋଲେଷ୍ଟୋରଲ ଜନ୍ମ ନେଇଥାଏ, ଯାହାଦ୍ୱାରା ଧମନୀରେ ରକ୍ତ ଜମାଟ ବାନ୍ଧିଯାଏ। ଯଦି ବଳକା ତେଲର ଉପଯୋଗ କରିବାକୁ ଚାହଁୁଛନ୍ତି, ତେବେ ଏହାକୁ ଥଣ୍ଡା ହେବା ପରେ ଏୟାରଟାଇଟ ଡବାରେ ବନ୍ଦ କରି କିଛିସମୟ ରଖିଦିଅନ୍ତୁ। ଏହାଦ୍ୱାରା ତେଲରେ ଥିବା ଫୁଡ ପାର୍ଟିକିଲ୍ସ ବାହାରିଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri