ଶରୀର ପାଇଁ କେତେ ଜରୁରୀ ସୂର୍ଯ୍ୟକିରଣ

ଶୀତଦିନେ ସୁସ୍ଥ ରହିବା ପାଇଁ ପୁଷ୍ଟିକର ଖାଦ୍ୟ ଖାଇବା ସହ କିଛି ସମୟ ସୂର୍ଯ୍ୟକିରଣରେ ବସିବା ବି ଜରୁରୀ। କାରଣ ଏହିଦିନେ ଆମେ ଶୀତରୁ ରକ୍ଷା ପାଇବାକୁ ଗରମ ପୋଷାକ ପିନ୍ଧିବା ସହ ନିଜକୁ ଯେତେ ସମ୍ଭବ ଘୋଡ଼େଇଘାଡ଼େଇ ରଖିଥାଉ; ସେଥିପାଇଁ ଆମ ଶରୀର ଉପରେ ପର୍ଯ୍ୟାପ୍ତ ମାତ୍ରାରେ ସୂର୍ଯ୍ୟକିରଣ ପଡ଼ିପାରେ ନାହିଁ; ଯଦ୍ଦ୍ବାରା ଅନେକଙ୍କଠାରେ ଗୋଡ଼ହାତ ବିନ୍ଧାବିନ୍ଧି, ଥଣ୍ଡାଜନିତ ରୋଗ ଆଦି ହେବାର ସମସ୍ୟା ଦେଖାଯାଇଥାଏ। ସେଥିପାଇଁ କିଛି ସମୟ କଅଁଳ ଖରାରେ ବସିବା ଜରୁରୀ। ଏହାଦ୍ୱାରା ଶରୀରକୁ ଭିଟାମିନ୍‌ ଡି ପ୍ରଚୁର ମାତ୍ରାରେ ମିଳିଥାଏ, ଯାହାକି ମାଂସପେଶୀ ଏବଂ ଅସ୍ଥିଗୁଡ଼ିକୁ ମଜଭୁତ୍‌ ରଖିବାରେ ବେଶ୍‌ ସହାୟକ ହୋଇଥାଏ। ସେହିପରି ଯେଉଁମାନଙ୍କୁ ରାତିରେ ଭଲ ନିଦ ହୁଏ ନାହିଁ କିମ୍ବା ଯେଉଁମାନଙ୍କର ଥଣ୍ଡା ଦେହ, ସେମାନେ ପ୍ରତିଦିନ କିଛି କିଛି ସମୟ କଅଁଳ ଖରାରେ ବସିଲେ ଏହି ସମସ୍ୟାରୁ ଅନେକାଂଶରେ ମୁକ୍ତି ପାଇଥାନ୍ତି। ଅନ୍ୟପକ୍ଷେ ଭାରାକ୍ରାନ୍ତ ମନକୁ ହାଲ୍‌କା କରିବାରେ ବି ସୂର୍ଯ୍ୟକିରଣର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ। ତେଣୁ ପ୍ରତିଦିନ ସମ୍ଭବ ନ ହେଲେ ବି ସପ୍ତାହରେ ୩/୪ ଦିନ ସକାଳେ ହେଉ ଅବା ଅପରାହ୍ନରେ କିଛି କିଛି ସମୟ ହାଲ୍‌କା ସୂର୍ଯ୍ୟକିରଣରେ ବସିଲେ ବି ଶରୀରକୁ ଅନେକ ଫାଇଦା ମିଳିଥାଏ। କିନ୍ତୁ ଧ୍ୟାନ ରଖିବେ କେବେ ବି ପ୍ରଖର ସୂର୍ଯ୍ୟକିରଣରେ ଅଧିକ ସମୟ ବସିବେ ନାହିଁ; ନଚେତ୍‌ ଏହା ଉପକାର ହେବା ପରିବର୍ତ୍ତେ ଶରୀର ପାଇଁ କ୍ଷତିକାରକ ହୋଇଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri