ଅମୃତାଙ୍କୁ ହାତ ଧରିବା ବେଳେ ୧୧ ବର୍ଷର ଥିଲେ କରିନା: କହିଥିଲେ ‘ ବିବାହର ଶୁଭେଚ୍ଛା ସୈଫ ଅଙ୍କଲ’

ବମ୍ବେ: ବଲିଉଡ୍‌ର ବେବୋଙ୍କ ହାତ ଧରିବା ପୂର୍ବରୁ ନିଜଠାରୁ ବାର ବର୍ଷ ବଡ଼ ଅଭିନେତ୍ରୀ ଅମୃତା ସିଂହଙ୍କୁ ବିବାହ କରିଥିଲେ ନବାବ ସୈଫ ଅଲ୍ଲୀ ଖାନ। ଏପରିକି ସେ ବିବାହ କରିବା ସମୟରେ କରିନାଙ୍କୁ ହୋଇଥିଲା ମାତ୍ର ୧୧ବର୍ଷ। ବିବାହରେ ଯୋଗଦେଇ ‘ ବିବାହର ଶୁଭେଚ୍ଛା ଅଙ୍କଲ’ ବୋଲି ମଧ୍ୟ କରିନା ସୈଫଙ୍କୁ କହିଥିଲେ। ସେ ସମୟରେ ଉଭୟ ଭବିଷ୍ୟତରେ ଏକାଠି ହେବେ ବୋଲି ଭାବି ନ ଥାଇପାରନ୍ତି। ହେଲେ ପରବର୍ତ୍ତୀ ସମୟରେ ତାହା ସତ ହୋଇଛି। ନିଜଠାରୁ ୧୦ ବର୍ଷ ବଡ଼ ସୈଫଙ୍କୁ ନିଜର ଜୀବନସାଥୀ ରୂପେ ବାଛି ନେଇଛନ୍ତି କରିନା।

୨୦୦୪ରେ ଅମୃତାଙ୍କୁ ଛାଡ଼ପତ୍ର ଦେଇଥିଲେ ସୈଫ। ପରେ ଚଳଚ୍ଚିତ୍ର ସିଲସିଲେରେ କରିନାଙ୍କୁ ଭେଟିଥିଲେ ସେ। ଧିରେ ଧିରେ ସେମାନେ ନିକଟତର ହୋଇଥିଲେ। ୨୦୦୭ରେ ଉଭୟଙ୍କ ଅନ୍ୟଏକ ଫିଲ୍ମ ‘ଟଶନ’ ରିଲିଜ ହୋଇଥିଲା। ଏହାର ୫ ବର୍ଷ ପର୍ଯ୍ୟନ୍ତ ପରସ୍ପରକୁ ସେମାନେ ଡେଟ୍‌ କରିଥିଲେ। ୨୦୧୨ ଅକ୍ଟୋବର ୧୬ରେ ଉଭୟ ବିବାହ କରିନେଇଥିଲେ। ଏବେ ଉଭୟ ବଲିଉଡ୍‌ର ପାଓ୍ବାର କପୁଲ। କରିନା ଦ୍ୱିତୀୟ ଥର ମା’ ହେବାକୁ ନେଇ ମଧ୍ୟ ଚର୍ଚ୍ଚାରେ ରହୁଛନ୍ତି। ଆସନ୍ତା ବର୍ଷ ଦ୍ୱିତୀୟ ସନ୍ତାନ ଜନ୍ମହେବାକୁ ଯାଉଛି। ଏଣୁ ବୋବୋଙ୍କ ଯତ୍ନ ନେବାରେ ବ୍ୟସ୍ତ ସୈଫ। ଏକାଧିକ ଥର ଉଭୟଙ୍କୁ ଏକାଠି ଦେଶାଯାଉଛି। ପରିବାରଲୋକେ ବେଶ୍‌ ଖୁସି ମଧ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri