କେତେ ଦିନ ପିନ୍ଧିବାକୁ ପଡ଼ିବ ମାସ୍କ୍‌, ସରକାର ଦେଲେ ଉତ୍ତର…

ନୂଆଦିଲ୍ଲୀ,୧୪।୯: କରୋନା ମହାମାରୀକୁ ଏଡାଇବା ପାଇଁ ମାସ୍କକୁ କେତେ ଦିନ ପିନ୍ଧିବାକୁ ପଡିବ ଏନେଇ ସରକାରୀ ପ୍ୟାନେଲ ଉତ୍ତର ଦେଇଛନ୍ତି। ପ୍ୟାନେଲ ଅନୁସାରେ କରୋନା ସମସ୍ତଙ୍କ ଜୀବନକୁ ସମ୍ପୂର୍ଣ୍ଣ ରୂପେ ବଦଳାଇ ଦେଇଛି। ମାସ୍କ ପିନ୍ଧିବା ସହିତ କରୋନା ମାର୍ଗଦର୍ଶିକା, ସାମାଜିକ ଦୂରତା ବଜାୟ ରଖିବା ଆମ ଜୀବନର ଏକ ଅଂଶ ପାଲଟି ଯାଇଛି ବୋଲି ପ୍ୟାନେଲ ପକ୍ଷରୁ କୁହାଯାଇଛି। ଲୋକମାନେ କରୋନା ଟିକା ନେଇ ନିଜକୁ ସୁରକ୍ଷିତ ମନେ କରୁଛନ୍ତି। ମାତ୍ର ପ୍ରକୃତ ପକ୍ଷେ ସମସ୍ତ ମାର୍ଗଦର୍ଶିକା ପାଳନ ସହିତ ମାସ୍କ୍‌ ପିନ୍ଧିବା ଜରୁରୀ। ଆସନ୍ତା ବର୍ଷ ପର୍ଯ୍ୟନ୍ତ ମାସ୍କ ପିନ୍ଧିବାକୁ ପଡିବ ପ୍ରଶ୍ନର ଉତ୍ତରରେ ନୀତି ଆୟୋଗ ସଦସ୍ୟ ଡ. ବି.କେ ପଲ ସୂଚନା ଦେଇଛନ୍ତି ।
ପଲଙ୍କ ଅନୁଯାୟୀ, କରୋନାକୁ ପରାସ୍ତ କରିବା ପାଇଁ ଟିକା, ଔଷଧ ଏବଂ କରୋନା ମାର୍ଗଦର୍ଶିକା ପାଳନ ଆବଶ୍ୟକ। ଆଗାମୀ ପାର୍ବଣକୁ ଦୃଷ୍ଟିରେ ରଖି ପଲ ଚେତାବନୀ ଦେଇ କହିଛନ୍ତି ଯେ, ତୃତୀୟ ଲହର ଆଶଙ୍କା ଏପର୍ଯ୍ୟନ୍ତ ଶେଷ ହୋଇ ନାହିଁ। ଆସନ୍ତା ଦିନ ଗୁଡ଼ିକ ବିପଦପୂର୍ଣ୍ଣ ।
ଭାରତରେ କରୋନାର ତୃତୀୟ ଲହର ଆସିବ କି ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ଏହାକୁ ଅସ୍ବୀକାର କରାଯାଇପାରିବ ନାହିଁ। ଆଗାମୀ ଚାରି-ପାଞ୍ଚ ମାସ ମଧ୍ୟରେ ଟିକା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି ହୋଇପାରେ ମହାମାରୀରୁ ବଞ୍ଚିବା ପାଇଁ ଆମକୁ ନିଜକୁ ପ୍ରସ୍ତୁତ କରିବାକୁ ପଡିବ ଏବଂ ଏକଜୁଟ ହୋଇ ଲଢ଼ିବା ଦ୍ୱାରା ଏହା ସମ୍ଭବ ହେବ ବୋଲି ସେ କହିଛନ୍ତି। ଦୀପାବଳି ଏବଂ ଦୁର୍ଗାପୂଜା ଭଳି ବଡ ପର୍ବକୁ ଦୃଷ୍ଟିରେ ରଖି ସେ ଲୋକଙ୍କୁ ଚେତାବନୀ ଦେଇଛନ୍ତି। ଯଦି ଏହି ସମୟ ମଧ୍ୟରେ କରୋନା ମାର୍ଗଦର୍ଶିକା ପାଳନ ନ ହୁଏ ତେବେ କରୋନା ମହାମାରୀ ପୁଣି ତାଣ୍ଡବ ରଚିବାର ଆଶଙ୍କା ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri