ଭାରତରେ ସମ୍ପୂର୍ଣ୍ଣ କରୋନା ଟୀକାକରଣ ପାଇଁ ଲାଗିବ କେତେ ଦିନ…

ନୂଆଦିଲ୍ଲୀ, ୨୨।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ନେଇ ଆଶା ମଧ୍ୟ ବଢ଼ିବାରେ ଲାଗିଛି। ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରେ ଟୀକାର ଦ୍ୱିତୀୟ ପ୍ରର୍ଯ୍ୟାୟ ଟ୍ରାଏଲ୍‌ ଆରମ୍ଭ ହୋଇସାରିଥିବା ସମ୍ପର୍କରେ ସୂଚନା ଦିଆଯାଇଛି। ଶୀଘ୍ର ଏହି ଟୀକାର ପ୍ରୟୋଗ ଆରମ୍ଭ କରାଯିବ ବୋଲି ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି। ଭାରତର ପୁଣେ ସ୍ଥିତ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ କୁହାଯାଇଛି ଯେ, କରୋନା ଟୀକାର ପ୍ରସ୍ତୁତି ଆରମ୍ଭ ହୋଇସାରିଛି। କମ୍ପାନୀ ପାଖରେ ଏକକୋଟି ଟୀକା ରହିଥିବା ଦାବି କରାଯାଇଛି। ଡିସେମ୍ବର ସୁଦ୍ଧା କମ୍ପାନୀ ଶହେକୋଟି ଟୀକା ପ୍ରସ୍ତୁତ କରିସାରିଥିବା ବୋଲି କହିଛି। ତେବେ ଭାରତରେ ସମ୍ପୂର୍ଣ୍ଣ କରୋନା ଟୀକାକରଣ ପାଇଁ ସମସ୍ୟା ଦେଖାଦେଇଛି। ଭାରତର ଜନସଂଖ୍ୟା ୧୩୫ କୋଟିରୁ ଅଧିକ। ଯଦି ଗୋଟିଏ ଦିନରେ ୧୦ ଲକ୍ଷ ଲୋକଙ୍କ ଟୀକାକରଣ କରାଯାଏ ତେବେ ସମସ୍ତଙ୍କୁ ଟୀକା ଦେବା ଲାଗି ୧୩୫୦ ଦିନ ଅର୍ଥାତ୍‌ ପ୍ରାୟ ୪ବର୍ଷ ପାଖାପାଖି ସମୟ ଲାଗିବ। କରୋନା ଟୀକାର ଦାମ ଏକ ହଜାର ଟଙ୍କା ମଧ୍ୟରେ ରହିବ ବୋଲି ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ କୁହାଯାଇଛି। ଭାରତର ସମସ୍ତ ଲୋକଙ୍କ ପାଖରେ ଏଥିପାଇଁ ଟଙ୍କା ମଧ୍ୟ ନାହିଁ। ସେଥି ଲାଗି କେନ୍ଦ୍ର ତଥା ରାଜ୍ୟ ସରକାର ଏନେଇ ଆର୍ଥିକ ସହାୟତା ସମ୍ପର୍କିତ ପଦକ୍ଷେପ ନେବାର ଆବଶ୍ୟକ ଥିବା ନେଇ ବୁଦ୍ଧିଜୀବୀ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?