କେତେ ମାସ ପର୍ଯ୍ୟନ୍ତ ରହିବ କରୋନା ସଂକ୍ରମଣ, ବିଶେଷଜ୍ଞ କହିଲେ ଏପରି…

ଓ୍ବାଶିଂଟନ,୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଏପରିସ୍ଥଳେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନାର ଲକ୍ଷଣ ପ୍ରକାଶ ପାଇଥିବା ଲୋକଙ୍କଠାରେ ସଂକ୍ରମଣ ୬ ମାସ ପର୍ଯ୍ୟନ୍ତ ରହିଥାଏ ବୋଲି ଓ୍ବାଶିଂଟନ ବିଶ୍ୱ ବିଦ୍ୟାଳୟର ମେଡ଼ିକାଲ ସ୍କୁଲ ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏନେଇ ସହକାରୀ ପ୍ରଫେସର ଅଲ୍‌ ଅଲ୍ଲୀ କହିଛନ୍ତି ଯେ, ସାମାନ୍ୟ ଲକ୍ଷଣ ପାଇଥିବା ଲୋକଙ୍କଠାରେ ବି ମୃତ୍ୟୁର ଆଶଙ୍କା ରହିଛି। ସର୍ଭେରେ ୮୭୦୦ କରୋନା ଆକ୍ରାନ୍ତଙ୍କୁ ସାମିଲ କରାଯାଇଥିଲା। ସେହିପରି ସର୍ଭେରେ ୫୦ ଲକ୍ଷ ସୁସ୍ଥ ଲୋକ ମଧ୍ୟ ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରୁ ୪୦ ପ୍ରତିଶତ ଆକ୍ରାନ୍ତ ୬ ମାସ ମଧ୍ୟରେ ପୁଣି ଡାକ୍ତରଙ୍କ ସହିତ ଶାରୀରିକ ସମସ୍ୟାକୁ ନେଇ ପରାମର୍ଶ କରିଥିଲେ। କରୋନା ଆକ୍ରାନ୍ତଙ୍କ କ୍ଷେତ୍ରରେ ଷ୍ଟ୍ରୋକ୍‌, ସ୍ନାୟୁଗତ ସମସ୍ୟା ମାନସିକ ଦୁର୍ବଳତା, ଡାଇବେଟିସ୍‌, ହାର୍ଟ ସମସ୍ୟା, ଡାଇରିଆ, ହଜମ ପ୍ରକ୍ରିୟା ସମ୍ପର୍କିତ ସମସ୍ୟା, କିଡ୍‌ନୀ ସମସ୍ୟା, ରକ୍ତ ଜମାଟ ବାନ୍ଧିବା ସମସ୍ୟା, ଆଣ୍ଠୁଗଣ୍ଠି ଯନ୍ତ୍ରଣା, କେଶ ଉପୁଡ଼ିବା, ଅତ୍ୟଧିକ ଥକା ଲାଗିବା ଆଦି ସମସ୍ୟା ବହୁ ମାସ ପର୍ଯ୍ୟନ୍ତ ଦେଖାଯିବାର ଆଶଙ୍କା ରହିଥିବା ଗବେଷଣା ରିପୋର୍ଟରେ ଦର୍ଶାଯାଇଛି। ପ୍ରତି ୧୦୦୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮ଜଣଙ୍କର ମୃତ୍ୟୁ ୬ ମାସ ମଧ୍ୟରେ ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri